ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ୩ ହଜାର ଫରେଷ୍ଟ ଗାର୍ଡ ପଦବୀ ଖାଲିପଡ଼ିଛି। ଏଥିରୁ ୨ ହଜାର ପଦବୀ ପୂରଣ କରାଯିବ। ଏନେଇ ପ୍ରସ୍ତୁତି ଚାଲିଥିବା ମନ୍ତ୍ରୀ କହିଛନ୍ତି।

ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ସୁଭଦ୍ରା ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ, ଗଣେଶରାମ ସିଂହ ଖୁଣ୍ଟିଆ ଯୋଗ ଦେଇ ପତାକା ହଲାଇ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପାଟଣା ବିଧାୟକ ଅଖିଳ ନାୟକ, ଜିଲାପାଳ ବିଶାଳ ସିଂହ, ଡିଏଫ୍‌ଓ ଧନରାଜ ଏଚ. ଡିଙ୍କ ସମେତ ବହୁ ବିଶିଷ୍ଟ ଲୋକ, ମହିଳା ସଦସ୍ୟା, ଭାଜପା ଦଳର ନେତା ଉପସ୍ଥିତ ଥିଲେ। ଏହି ରଥ ବିଭିନ୍ନ ବ୍ଲକର ଗାଁଗଣ୍ଡା ବୁଲି ଲୋକଙ୍କୁ ସୁଭଦ୍ରା ଯୋଜନା ବିଷୟରେ ସଚେତନ କରିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଆଜି ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?