୨୦୦୦ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ

ଭୁବନେଶ୍ୱର,୧ା୩(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ୬୭୯୮ଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୪୩୭୩ ପଞ୍ଚାୟତରେ ବ୍ୟାଙ୍କ ଶାଖା ନ ଥିଲା। ୨୦୨୩ ନଭେମ୍ବରରେ ପ୍ରଥମ ପର୍ଯ୍ୟାୟରେ ୭୫୦ ‘ଆମ ବ୍ୟାଙ୍କ’ ଖୋଲିଥିଲା। ପର୍ଯ୍ୟାୟ କ୍ରମେ ରାଜ୍ୟର ଅବଶିଷ୍ଟ ସମସ୍ତ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ସୁବିଧା ମିଳିବ।
ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବ୍ୟାଙ୍କ ଜନସେବାର ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରରେ ପରିଣତ ହୋଇଛି। ସମସ୍ତ ସରକାରୀ ସୁବିଧା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହେଉଛି। ଜଣେ ବି ହିତାଧିକାରୀ ସହାୟତା ପାଇବାରେ ଯେପରି ହଇରାଣ ନ ହେବେ, ତାକୁ ଦୃଷ୍ଟିରେ ରଖି ଏହି ବ୍ୟାଙ୍କଗୁଡ଼ିକ ଖୋଲାଯାଇଛି। ‘ଆମ ବ୍ୟାଙ୍କ’ ସାରା ଦେଶରେ ଏକ ମଡେଲ। ବ୍ୟାଙ୍କଗୁଡ଼ିକ ହିତାଧିକାରୀଙ୍କୁ ୧୫ ପ୍ରକାର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗାଁଗୁଡ଼ିକରେ ଡିଜିଟାଲ ଭିତ୍ତିଭୂମିକୁ ମଜଭୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଆର୍ଥିକ ଅନ୍ତର୍ଭୁକ୍ତୀକରଣ ସମସ୍ତଙ୍କ ଏକ ମୌଳିକ ଅଧିକାର। ମଧୁବାବୁ ପେନ୍‌ସନ ଯୋଜନା, ମମତା ଯୋଜନା, ବୁଣାକାର ଓ କଳାକାରମାନଙ୍କ ପେନ୍‌ସନ ଓ ସହାୟତା ନିକଟରେ ବୃଦ୍ଧି କରାଯାଇଛି। ଏମାନଙ୍କ ସହିତ ମିଶନ ଶକ୍ତି ମା’ମାନେ ମଧ୍ୟ ଏହି ବ୍ୟାଙ୍କ ଜରିଆରେ ସୁବିଧା ପାଇବେ। ‘ଆମ ବ୍ୟାଙ୍କ’ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଶାରୀରିକ ଅକ୍ଷମମାନଙ୍କୁ ସେମାନଙ୍କ ଘର ପାଖରେ ସେବା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି, ସମସ୍ତ ଅଞ୍ଚଳର ନାଗରିକମାନଙ୍କୁ ଏହି ମୌଳିକ ସେବା ଉପଲବ୍ଧ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ‘ଆମ ବ୍ୟାଙ୍କ’ ଯୋଜନା ପରିକଳ୍ପନା କରିଛନ୍ତି।
କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର, ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ସିଜିଏମ୍‌ ଉପସ୍ଥିତ ଥିଲେ। ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri