୨ ହଜାରିଆ ନୋଟ୍‌ ବଦଳାଇବା ଘଟଣା: ଇଓଡବ୍ଲ୍ୟୁ, ଇଡି ତନାଘନା ସତ୍ତ୍ୱେ ଆର୍‌ବିଆଇରେ ଭିଡ଼

ଭୁବନେଶ୍ୱର,୨।୧୧(ସତ୍ୟଜିତ୍‌ ରାଉତ) ୨ହଜାର ଟଙ୍କିଆ ନୋଟ୍‌ ବଦଳାଇବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ଲମ୍ବା ଧାଡ଼ି ଲାଗିବା ପ୍ରସଙ୍ଗ ଚାରିଆଡ଼େ ଚର୍ଚ୍ଚା ସୃଷ୍ଟି କରିଛି। ସାଧାରଣ ଲୋକଙ୍କୁ ଢାଲ କରି କେତେଜଣ ବ୍ୟକ୍ତି ବେଆଇନ ଭାବେ ଗଚ୍ଛିତ ନୋଟ୍‌ ବଦଳାଉଥିବା ଜଣାପଡ଼ିବା ପରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଓ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳାୟ (ଇଡି) ଟିମ୍‌ ବୁଧବାର ତଦନ୍ତ ଆରମ୍ଭ କରିଥିଲା।

ତେବେ ଇଓଡବ୍ଲ୍ୟୁ ଓ ଇଡିର ତନାଘନା ପରେ ବି ଆର୍‌ବିଆଇ ସାମ୍ନାରେ ନୋଟ ବଦଳାଇବାକୁ ସାଧାରଣ ଲୋକଙ୍କ ଭିଡ଼ ଲାଗି ରହିଛି। ଗୁରୁବାର ମଧ୍ୟ ଶହଶହ ଲୋକ ଖରାରେ ଲମ୍ବା ଧାଡ଼ିରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା। ସକାଳ ପ୍ରାୟ ୭ଟାରୁ ଅପରାହ୍ନ ପ୍ରାୟ ୨ ପର୍ଯ୍ୟନ୍ତ ଏହି ଭିଡ଼ ଲାଗି ରହିଥିଲା। କେତେଜଣ ଲୋକ ଭିଡ଼ ପାଇଁ ଟଙ୍କା ନ ବଦଳାଇପାରି ଫେରିଯାଇଥିଲେ। ଏଥିରେ ଏକାଧିକ ର଼୍ୟାକେଟ କାର୍ଯ୍ୟ କରୁଥିବାବେଳେ ଦଲାଲମାନେ କମିଶନି ଦେଇ ଲୋକଙ୍କୁ ଏହି କାର୍ଯ୍ୟରେ ଲଗାଉଥିବା ଚର୍ଚ୍ଚା ହୋଇଥିଲା। ତେଣୁ ଇଡି ଓ ଇଓଡବ୍ଲ୍ୟୁ ପ୍ରାଥମିକ ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ସେଭଳି କିଛି ଫରକ ପଡ଼ି ନ ଥିବା ଭିଡ଼ରୁ ବାରି ହୋଇପଡୁଛି। ଏଜେଣ୍ଟମାନେ ଏହି କାରବାରରେ ସକ୍ରିୟ ଥିବା କୁହାଯାଉଛି।

ସୂଚନାଯୋଗ୍ୟ, ବୁଧବାର ଇଓଡବ୍ଲ୍ୟୁର ଦୁଇ ଜଣିଆ ଟିମ୍‌ ଓ ମଧ୍ୟାହ୍ନରେ ଇଡିର ଦୁଇ ଜଣିଆ ଟିମ୍‌ ପର୍ଯ୍ୟାୟକ୍ରମେ ଆର୍‌ବିଆଇରେ ପହଞ୍ଚତ୍ ଲୋକଙ୍କୁ ପଚରାଉଚରା କରିବା ସହ ତନାଘନା ଆରମ୍ଭ କରିଥିଲେ। ତେବେ ତଦନ୍ତର ଅଗ୍ରଗତି ନେଇ ଇଡି ଓ ଇଓଡବ୍ଲ୍ୟୁ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri