ପହିଲାରେ ଜମାହେବନି ୨୦୦୦ ଟଙ୍କିଆ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): ୨୦୨୪ ଏପ୍ରିଲ ୧ରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋବକୁ ଯାଉଛି। ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଗୁଡିକରେ ୨୦୦୦ ଟଙ୍କିଆ ନୋଟ୍‌ ବିନିମୟ କିମ୍ବା ଜମା ସୁବିଧା ଉପଲବ୍ଧ ହେବ ନାହିଁ। ଏ ନେଇ ଆରବିଆଇ ପକ୍ଷରୁ ଏକ ପ୍ରେସ୍‌ ବିବୃତ୍ତି ଜାରି କରାଯାଇଛି। ଆରବିଆଇର ୧୯ ଟି କାଯ୍ୟାଳୟ ବାର୍ଷିକ କ୍ଲୋଜିଂ ଅଫ ଆକାଉଣ୍ଟସ କାର୍ଯ୍ୟରେ ବ୍ୟସ୍ତ ରହିବ। ତେଣୁ ସେହି ଦିନ ୨୦୦୦ ଟଙ୍କା ଜମା କିମ୍ବା ବିନିମୟ ହେବ ନାହିଁ।

ଏ ନେଇ ଆରବିଆଇ କହିଛି, ୨୦୨୪ ଏପ୍ରିଲ ୨ରୁ ୨୦୦୦ ଟଙ୍କା ନୋଟ ଜମା କିମ୍ବା ବିନିମୟ ହୋଇପାରିବ। ତେବେ ଏପ୍ରିଲ ୧ରେ ଭୁବନେଶ୍ୱର ସମେତ ଅହମଦାବାଦ, ବେଙ୍ଗାଲୁରୁ, ବେଲାପୁର, ଭୋପାଳ, ଚଣ୍ଡିଗଡ଼, ଚେନ୍ନାଇ, ଗୌହାଟୀ, ହାଇଦ୍ରାବାଦ, ଜୟପୁର, ଜମ୍ମୁ, କାନପୁର, କୋଲକାତା, ଲକ୍ଷ୍ନୌ, ମୁମ୍ବାଇ, ନାଗପୁର, ନୂଆଦିଲ୍ଲୀ, ପାଟଣା ଏବଂ ଥିରୁଭାନନ୍ତପୁରମ୍‌ ଆରବିଆଇ ଆଞ୍ଚଳିକ କାର୍ଯ୍ୟାଳୟରେ ୨୦୦୦ ଟଙ୍କିଆ ନୋଟ୍‌ ବିନିମୟ ହେବ ନାହିଁ। ଆରବିଆଇ ପକ୍ଷରୁ ମିଳିଥିବା ସୂଚନାନୁସାରେ, ୨୦୦୦ ଟଙ୍କିଆ ନୋଟକୁ ପ୍ରଚଳନ ପ୍ରତ୍ୟାହାର କରିବା ପରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୦୦୦ ଟଙ୍କାର ମୋଟ ୯୭.୬୨% ରିଜର୍ଭ ବ୍ୟାଙ୍କକୁ ଫେରସ୍ତ ଆସିଛି।

୨୦୨୩ ମେ ୧୯ରେ ଆରବିଆଇ ଦେଶରୁ ୨୦୦୦ ଟଙ୍କା ନୋଟ ପ୍ରତ୍ୟାହାର କରିବାକୁ ଘୋଷଣା କରିଥିଲା। ୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର କରୁଥିବାବେଳେ ଆରବିଆଇ କହିଛି ଯେ ୨୦୨୩ ମସିହା ମେ ୧୯ ରେ ୩.୫୬ ଲକ୍ଷ କୋଟି ଟଙ୍କା ମୂଲ୍ୟର ୨୦୦୦ ଟଙ୍କିଆ ଦେଶରେ ପ୍ରଚଳିତ ଥିଲା। ୨୦୨୪ଫେବୃଆରୀ ୨୯ ସୁଦ୍ଧା ଏହି ସଂଖ୍ୟା ୮୪୭୦ କୋଟି ଟଙ୍କାକୁ ଖସି ଆସିଛି। ସୂଚନା ଥାଉକି, ୨୦୦୦ ଟଙ୍କା ନୋଟ ଆରବିଆଇର କାର୍ଯ୍ୟାଳୟଗୁଡ଼ିକରେ ଜମା କିମ୍ବା ବିନିମୟ କରାଯାଉଛି। ଏହା ବ୍ୟତୀତ, ଦେଶର ଯେକୌଣସି ଡାକଘରରୁ ୨୦୦୦ ଟଙ୍କା ନୋଟ ଇଣ୍ଡିଆ ପୋଷ୍ଟ ମାଧ୍ୟମରେ ଆରବିଆଇର କୌଣସି ଇସୁ କାର୍ଯ୍ୟାଳୟକୁ ପଠାଇ ଲୋକମାନେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଏହି ରାଶି କ୍ରେଡିଟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?