ପହିଲାରେ ଜମାହେବନି ୨୦୦୦ ଟଙ୍କିଆ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): ୨୦୨୪ ଏପ୍ରିଲ ୧ରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋବକୁ ଯାଉଛି। ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଗୁଡିକରେ ୨୦୦୦ ଟଙ୍କିଆ ନୋଟ୍‌ ବିନିମୟ କିମ୍ବା ଜମା ସୁବିଧା ଉପଲବ୍ଧ ହେବ ନାହିଁ। ଏ ନେଇ ଆରବିଆଇ ପକ୍ଷରୁ ଏକ ପ୍ରେସ୍‌ ବିବୃତ୍ତି ଜାରି କରାଯାଇଛି। ଆରବିଆଇର ୧୯ ଟି କାଯ୍ୟାଳୟ ବାର୍ଷିକ କ୍ଲୋଜିଂ ଅଫ ଆକାଉଣ୍ଟସ କାର୍ଯ୍ୟରେ ବ୍ୟସ୍ତ ରହିବ। ତେଣୁ ସେହି ଦିନ ୨୦୦୦ ଟଙ୍କା ଜମା କିମ୍ବା ବିନିମୟ ହେବ ନାହିଁ।

ଏ ନେଇ ଆରବିଆଇ କହିଛି, ୨୦୨୪ ଏପ୍ରିଲ ୨ରୁ ୨୦୦୦ ଟଙ୍କା ନୋଟ ଜମା କିମ୍ବା ବିନିମୟ ହୋଇପାରିବ। ତେବେ ଏପ୍ରିଲ ୧ରେ ଭୁବନେଶ୍ୱର ସମେତ ଅହମଦାବାଦ, ବେଙ୍ଗାଲୁରୁ, ବେଲାପୁର, ଭୋପାଳ, ଚଣ୍ଡିଗଡ଼, ଚେନ୍ନାଇ, ଗୌହାଟୀ, ହାଇଦ୍ରାବାଦ, ଜୟପୁର, ଜମ୍ମୁ, କାନପୁର, କୋଲକାତା, ଲକ୍ଷ୍ନୌ, ମୁମ୍ବାଇ, ନାଗପୁର, ନୂଆଦିଲ୍ଲୀ, ପାଟଣା ଏବଂ ଥିରୁଭାନନ୍ତପୁରମ୍‌ ଆରବିଆଇ ଆଞ୍ଚଳିକ କାର୍ଯ୍ୟାଳୟରେ ୨୦୦୦ ଟଙ୍କିଆ ନୋଟ୍‌ ବିନିମୟ ହେବ ନାହିଁ। ଆରବିଆଇ ପକ୍ଷରୁ ମିଳିଥିବା ସୂଚନାନୁସାରେ, ୨୦୦୦ ଟଙ୍କିଆ ନୋଟକୁ ପ୍ରଚଳନ ପ୍ରତ୍ୟାହାର କରିବା ପରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୦୦୦ ଟଙ୍କାର ମୋଟ ୯୭.୬୨% ରିଜର୍ଭ ବ୍ୟାଙ୍କକୁ ଫେରସ୍ତ ଆସିଛି।

୨୦୨୩ ମେ ୧୯ରେ ଆରବିଆଇ ଦେଶରୁ ୨୦୦୦ ଟଙ୍କା ନୋଟ ପ୍ରତ୍ୟାହାର କରିବାକୁ ଘୋଷଣା କରିଥିଲା। ୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର କରୁଥିବାବେଳେ ଆରବିଆଇ କହିଛି ଯେ ୨୦୨୩ ମସିହା ମେ ୧୯ ରେ ୩.୫୬ ଲକ୍ଷ କୋଟି ଟଙ୍କା ମୂଲ୍ୟର ୨୦୦୦ ଟଙ୍କିଆ ଦେଶରେ ପ୍ରଚଳିତ ଥିଲା। ୨୦୨୪ଫେବୃଆରୀ ୨୯ ସୁଦ୍ଧା ଏହି ସଂଖ୍ୟା ୮୪୭୦ କୋଟି ଟଙ୍କାକୁ ଖସି ଆସିଛି। ସୂଚନା ଥାଉକି, ୨୦୦୦ ଟଙ୍କା ନୋଟ ଆରବିଆଇର କାର୍ଯ୍ୟାଳୟଗୁଡ଼ିକରେ ଜମା କିମ୍ବା ବିନିମୟ କରାଯାଉଛି। ଏହା ବ୍ୟତୀତ, ଦେଶର ଯେକୌଣସି ଡାକଘରରୁ ୨୦୦୦ ଟଙ୍କା ନୋଟ ଇଣ୍ଡିଆ ପୋଷ୍ଟ ମାଧ୍ୟମରେ ଆରବିଆଇର କୌଣସି ଇସୁ କାର୍ଯ୍ୟାଳୟକୁ ପଠାଇ ଲୋକମାନେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଏହି ରାଶି କ୍ରେଡିଟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ...

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ...

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri