ଫେରିନି ୭୭୫୫ କୋଟିର ୨୦୦୦ ଟଙ୍କିଆ ନୋଟ୍‌

ଭୁବନେଶ୍ୱର,୪।୬,(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ୨୦୦୦ ଟଙ୍କା ନୋଟ ଉପରେ ପ୍ରତିବନ୍ଧକ ଲଗାଇଥିଲା। ଏହାସତ୍ତ୍ୱେ ପ୍ରାୟ ୭୭୫୫ କୋଟି ଟଙ୍କା ମୂଲ୍ୟର ୨୦୦୦ ଟଙ୍କିଆ ନୋଟ୍‌ ବର୍ତ୍ତମାନ ସୁଦ୍ଧା ଫେରସ୍ତ କରାଯାଇ ନାହିଁ। ଆରବିଆଇ ଅନୁଯାୟୀ, ୨୦୦୦ ଟଙ୍କିଆ ନୋଟର ୯୭.୮୨ ପ୍ରତିଶତ ଏଥିରେ ପହଞ୍ଚିଛି। ଅବଶିଷ୍ଟ ନୋଟଗୁଡିକ ବର୍ତ୍ତମାନ ମଧ୍ୟ ଜନସାଧାରଣଙ୍କ ପାଖରେ ରହିଛି। ସୋମବାର ଆରବିଆଇ କହିଛି ଯେ ୨୦୦୦ ଟଙ୍କା ନୋଟକୁ ବିମୁଦ୍ରୀକରଣ କରିବାର ନିଷ୍ପତ୍ତି ୨୦୨୩ ମେ’ ୧୯ରେ ନିଆଯାଇଥିଲା। ଏହି ନିଷ୍ପତ୍ତି ନେବା ସମୟରେ ପ୍ରାୟ ୩.୬୫ ଲକ୍ଷ କୋଟି ଟଙ୍କାର ୨୦୦୦ ଟଙ୍କିଆ ନୋଟ ପ୍ରଚଳନ ଥିଲା। ଲୋକଙ୍କୁ ଏହି ନୋଟଗୁଡ଼ିକୁ ବ୍ୟାଙ୍କରେ ଜମା କରିବାକୁ ପର୍ଯ୍ୟାପ୍ତ ସମୟ ଦିଆଯାଇଥିଲେ ମଧ୍ୟ ୯୭.୮୨ ପ୍ରତିଶତ ନୋଟ ଫେରସ୍ତ କରାଯାଇଛି। ପ୍ରାୟ ୭୭୫୫ କୋଟି ଟଙ୍କା ମୂଲ୍ୟର ନୋଟ୍‌ ଫେରସ୍ତ ହୋଇନାହିଁ। କେନ୍ଦ୍ରୀୟ ବ୍ୟାଙ୍କ କହିଛି ଯେ ଲୋକଙ୍କୁ ୨୦୨୩ ଅକ୍ଟୋବର ୭ ପର୍ଯ୍ୟନ୍ତ ୨୦୦୦ ଟଙ୍କିଆ ନୋଟ ବିନିମୟ କିମ୍ବା ଜମା କରିବାର ସୁଯୋଗ ଦିଆଯାଇଥିଲା। ଯେକୌଣସି ବ୍ୟାଙ୍କ ଶାଖା ସହ ରିଜର୍ଭ ବ୍ୟାଙ୍କର ୧୯ଟି କାର୍ଯ୍ୟାଳୟରେ ମଧ୍ୟ ଏହି ନୋଟ୍‌ ବିନିମୟ କରିପାରିଥାନ୍ତେ। ଯେକୌଣସି ଡାକଘରୁ ୨୦୦୦ ଟଙ୍କିଆ ନୋଟ୍‌ ଆରବିଆଇ ଇସ୍ୟୁ କାର୍ଯ୍ୟାଳୟକୁ ଇଣ୍ଡିଆ ପୋଷ୍ଟ ମାଧ୍ୟମରେ ସେମାନଙ୍କ ଆକାଉଣ୍ଟରେ ଜମା କରିବାକୁ ପଠାଇ ପାରିବେ। ଆରବିଆଇର କାର୍ଯ୍ୟାଳୟଗୁଡ଼ିକ ଅହମଦାବାଦ, ବେଙ୍ଗାଲୁରୁ, ବେଲାପୁର, ଭୋପାଳ, ଭୁବନେଶ୍ୱର, ଚଣ୍ଡିଗଡ଼, ଚେନ୍ନାଇ, ଗୁଆହାଟୀ, ହାଇଦ୍ରାବାଦ, ଜୟପୁର, ଜମ୍ମୁ, କାନପୁର, କୋଲକାତା, ଲକ୍ଷ୍ନୌ, ମୁମ୍ବାଇ, ନାଗପୁର, ନୂଆଦିଲ୍ଲୀ, ପାଟନା ଏବଂ ଥିରୁଭାନନ୍ତପୁରମରେ ରହିଛି। ସୂଚନା ଥାଉକି, କେନ୍ଦ୍ର ସରକାର ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ୍‌ର ବିମୁଦ୍ରୀକରଣ ଘୋଷଣା ପରେ ଏହି ୨୦୦୦ଟଙ୍କିଆ ନୋଟ୍‌ ପ୍ରଚଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri