Posted inଜାତୀୟ

ଟାଙ୍କିଏ ପାଣିକୁ ୨୦୦୦ ଟଙ୍କା

ବେଙ୍ଗାଲୁରୁ,୮।୩:କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଉତ୍କଟ ଜଳସଙ୍କଟ ଦେଖାଦେଇଥିବାବେଳେ ଲୋକେ ଘୋର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏଭଳି ଜଳସଙ୍କଟ କେବେ ଦେଖାଦେଇ ନ ଥିଲା। ଏହାର ସୁଯୋଗ ନେଇ ମାଫିଆମାନେ ପାଣି ଟ୍ୟାଙ୍କର ଦାମ୍‌ ମନଇଚ୍ଛା ବଢ଼ାଇ ଦେଇଛନ୍ତି। ୧,୦୦୦ ଟଙ୍କାରେ ପୂର୍ବରୁ ମିଳୁଥିବା ଗୋଟିଏ ଟାଙ୍କି ପାଣି ଦାମ୍‌ ହଠାତ୍‌ ବଢ଼ି ୧,୫୦୦ ଟଙ୍କାରେ ବିକ୍ରି ହେଉଥିବାବେଳେ ଏବେ କେତେକ ଅଞ୍ଚଳରେ ତାହା ସର୍ବାଧିକ ୨,୦୦୦ ଟଙ୍କାରେ ପହଞ୍ଚତ୍ଛି।
ବେଙ୍ଗାଲୁରୁରେ ଦୈନିକ ଜଳ ଆବଶ୍ୟକତା ୨,୬୦୦ରୁ ୨,୮୦୦ ଏମ୍‌ଏଲ୍‌ଡି (ଦିନକୁ ନିୟୁତ ଲିଟର) ହୋଇଥିବାବେଳେ ଏବେ ୧,୫୦୦ ଏମ୍‌ଏଲ୍‌ଡି କମ୍‌ ମିଳୁଛି। ସେପଟେ ଜଳାଭାବ ଦୂର କରିବା ପାଇଁ ସରକାର ବିକଳ୍ପ ସନ୍ଧାନରେ ରହିଛନ୍ତି। ଜଳ ପୁନଃଚକ୍ରଣ ଓ ଟ୍ରିଟ୍‌ମେଣ୍ଟ ପାଇଁ ଯୋଜନା ହେଉଛି। ଜଳସଙ୍କଟକୁ ନେଇ ରାଜନୈତିକ କାଦୁଅଫିଙ୍ଗା ଆରମ୍ଭ ହୋଇଯାଇଛି। ସରକାର ଉପଯୁକ୍ତ ଜଳ ପରିଚାଳନା ପଦକ୍ଷେପ ନେବାରେ ବିଫଳ ହୋଇଥିବା ବିରୋଧୀ ଦଳ ଭାଜପା ଅଭିଯୋଗ କରିଛି। ସରକାର ସପ୍ତାହେ ମଧ୍ୟରେ ନିର୍ଣ୍ଣୟାତ୍ମକ ପଦକ୍ଷେପ ନ ନେଲେ ଆନ୍ଦୋଳନ କରାଯିବ ବୋଲି ଭାଜପା ଚେତାବନୀ ଦେଇଛି। ଅନ୍ୟପକ୍ଷରେ କଣ୍ଟ୍ରୋଲ ରୁମ୍‌ ଖୋଲାଯିବା ସହ ହେଲ୍ପଲାଇନ୍‌ ନମ୍ବର ଜାରି ହୋଇଥିବା ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କହିଛନ୍ତି। ଜଳାଭାବ ସ୍ଥିତିର ମୁକାବିଲା ପାଇଁ ସ୍ଥାନୀୟ ବିଧାୟକମାନଙ୍କ ନେତୃତ୍ୱରେ ଟାସ୍କଫୋର୍ସ ଗଠନ କରାଯାଇଛି। ମୋଟ ୨୩୬ ତାଲୁକ ମଧ୍ୟରୁ ୨୨୩ଟି ମରୁଡ଼ି ପ୍ରପୀଡ଼ିତ ହୋଇଥିବାବେଳେ ସେଥିରୁ ୨୧୯ଟି ତାଲୁକ ଉତ୍କଟ ଜଳାଭାବର ସମ୍ମୁଖୀନ ହୋଇଛନ୍ତି।
ବେଆଇନ ପାଣି ଟ୍ୟାଙ୍କର ଅପରେଟରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ହେବ ବୋଲି ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟ ଚେତାବନୀ ଦେବା ପରେ ବେଙ୍ଗାଲୁରୁ ଜିଲା ପ୍ରଶାସନ ଆଗାମୀ ୪ ମାସ ପାଇଁ ଘରୋଇ ଟ୍ୟାଙ୍କରଗୁଡ଼ିକ ନିମନ୍ତେ ମୂଲ୍ୟ ଧାର୍ଯ୍ୟ କରିଛନ୍ତି। ୫ କିଲୋମିଟର ମଧ୍ୟରେ ୬,୦୦୦ ଲିଟର ପାଣି ଟ୍ୟାଙ୍କର ୬୦୦ ଟଙ୍କାରେ ପାଣି ଯୋଗାଇବେ। ସେହିପରି ୮,୦୦୦ ଏବଂ ୧୨,୦୦୦ ଲିଟର ଟ୍ୟାଙ୍କର ଯଥାକ୍ରମେ ୭୦୦ ଏବଂ ୧,୦୦୦ ଟଙ୍କାରେ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ୫ରୁ ୧୦ କିଲୋମିଟର ଦୂରତା ମଧ୍ୟରେ ୬,୦୦୦ ଲିଟର ପାଣିଟାଙ୍କି ୭୫୦ ଟଙ୍କାରେ ଏବଂ ୮,୦୦୦ ଓ ୧୨,୦୦୦ ଲିଟର ଟାଙ୍କି ଯଥାକ୍ରମେ ୮୫୦ ଓ ୧,୨୦୦ ଟଙ୍କାରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri