ଭୀମକୁଣ୍ଡରେ ୨ହଜାର ପର୍ଯ୍ୟଟକ, କରୋନା କଟକଣା ଉଲ୍ଲଂଘନ

ପାଟଣା, ୨।୧(ସ୍ବ.ପ୍ର.)  କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟ ବାଲିଯୋଡି ମୌଜା ଅଧୀନ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ନୂଆବର୍ଷ ଉପଲକ୍ଷେ ଶନିବାର ଉତ୍ସବମୁଖର ହୋଇପଡିଥିଲା। ପ୍ରତିବର୍ଷ ଏଠାରେ ୩୦ହଜାରରୁ ଊଦ୍ଧର୍‌ବ ପର୍ଯ୍ୟଟକଙ୍କ ସମାଗମ ହୋଇଥାଏ। ଚଳିତବର୍ଷ କରୋନା କଟକଣା ପାଇଁ ମାତ୍ର ୨ ହଜାରରୁ ଊଦ୍ଧର୍‌ବ ଲୋକଙ୍କ ଗହଳି ହୋଇଥିଲା। ସରକାରଙ୍କ ନୂତନ କୋଭିଡ ଏସଓପି ଏଠାରେ ଖୋଲାଖୋଲି ଉଲ୍ଲଙ୍ଘନ ହେଉଥିବା ଦେଖିବାକୁ ମିଳିଥିଲା। ଘଟଗାଁ ପୋଲିସ ଓ ଭୀମକୁଣ୍ଡ ଉନ୍ନୟନ ପରିଷଦ କମିଟି ସଦସ୍ୟଙ୍କ ପକ୍ଷରୁ ବଣଭୋଜି କରିବାକୁ ଆସିଥିବା ଲୋକଙ୍କୁ ଭିଡ଼ ନ କରିବା ପାଇଁ ବୁଝାଶୁଝା କରାଯାଇଥିଲା। ସ୍ଥାନୀୟ ପ୍ରଶାସନ ଓ ପର୍ଯ୍ୟଟନ ବିଭାଗ ତରଫରୁ କୌଣସି ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ନ ଥିଲେ। ପାଟଣା ମୁଖ୍ୟଳୟ ବୈତରଣୀ ନଦୀକୂଳ, ମିରିଗିଖୋଜି ପଞ୍ଚାୟତ ଅଶନଣି ଗାଁ ବୈତରଣୀ ନଦୀକୂଳ ସିନ୍ଦୁର ଗୋରୀ ତୀର୍ଥରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri