Posted inଜାତୀୟ

ପ୍ରତି ପରିବାରକୁ ୨୦୦ ୟୁନିଟ୍‌ ମାଗଣା ବିଜୁଳି

ବେଲଗାଭି,୧୨।୧: ୨୦୨୩ କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇ କ୍ଷମତାକୁ ଆସିଲେ ରାଜ୍ୟର ପ୍ରତି ପରିବାରକୁ ୨୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ମାଗଣାରେ ଯୋଗାଇ ଦିଆଯିବ। କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ବୁଧବାର ଏହା ଘୋଷଣା କରିଛନ୍ତି। ଚିକୋଡ଼ିଠାରେ ଦଳର ପ୍ରଜାଧ୍ୱନି ସମ୍ମିଳନୀରେ ଉଦ୍‌ବୋଧନ ଦେଇ ଶିବକୁମାର କହିଥିଲେ, ଦଳର ଏହା ଏକ ଐତିହାସିକ ଯାତ୍ରା। ପ୍ରଜାଧ୍ୱନି ବସ୍‌ ଯାତ୍ରା ଜରିଆରେ ଲୋକମାନଙ୍କ ସମସ୍ୟା ଓ ମତାମତ ସଂଗ୍ରହ କରାଯିବ।

୧୯୨୪ରେ ବେଲଗାଭିର ବୀରସୌଧଠାରେ ଅନୁଷ୍ଠିତ କଂଗ୍ରେସ ସମ୍ମିଳନୀରେ ମହାତ୍ମା ଗାନ୍ଧୀ ଅଧ୍ୟକ୍ଷତା କରିଥିଲେ। ଦେଶରେ ଗଣତନ୍ତ୍ର ସ୍ଥାପନ ଲାଗି ବ୍ରିଟିଶ ଶାସକଙ୍କୁ ତଡ଼ିବା ନିମନ୍ତେ ଉକ୍ତ ସମ୍ମିଳନୀରେ ପ୍ରସ୍ତାବ ଗୃହୀତ ହୋଇଥିଲା। ସେହି ସ୍ଥାନରୁ ଆଜି କଂଗ୍ରେସ ତା’ର ଲଢ଼େଇ ଆରମ୍ଭ ଲାଗି ସଂକଳ୍ପ ନେଉଛି ବୋଲି ଶିବକୁମାର କହିଛନ୍ତି।
କଂଗ୍ରେସ ସବୁବେଳେ ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ରଖିଆସିଛି। ଭାଜପା ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା ନ କରି ଲୋକଙ୍କ ଜୀବନ ସହ ଖେଳୁଛି ବୋଲି ଶିବକୁମାର ଅଭିଯୋଗ କରିଥିଲେ। ସେ ରାଜ୍ୟର ଭାଜପା ସରକାରକୁ ୪୦ ପ୍ରତିଶତ କମିଶନ ସରକାର ବୋଲି କହିଥିଲେ। ଏହି ସରକାର ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ଘୃଣାର ମଞ୍ଜି ବୁଣିବା ସହ ଦୁର୍ନୀତିରେ ଲିପ୍ତ ରହିଛି।

ସରକାର କମିଶନ ଧାର୍ଯ୍ୟ କରୁଛନ୍ତି। ମୁଖ୍ୟମନ୍ତ୍ରୀ ପଦ ପାଇଁ ୨,୫୦୦ କୋଟି ଟଙ୍କା କମିଶନ ଧାର୍ଯ୍ୟ ହୋଇଥିବାବେଳ ମନ୍ତ୍ରୀ ପଦ ଲାଗି ୧୦୦ କୋଟି ଓ କମିଶନର ପଦ ପାଇଁ ୧୫ କୋଟି ଟଙ୍କା ଧାର୍ଯ୍ୟ ହୋଇଛି। ସେହିପରି ପିଡବ୍ଲ୍ୟୁଡି କାମ ପାଇଁ ୪୦ ପ୍ରତିଶତ ସ୍ଥିର କରାଯାଇଥିବା କଂଗ୍ରେସ ନେତା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri