Posted inଜାତୀୟ

୨୦୦୨ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ମିଳିବ ୫୦ଲକ୍ଷ ଟଙ୍କା ସହାୟତା

ନୂଆଦିଲ୍ଲୀ,୨୩।୪: ୨୦୦୨ ଗୁଜରାଟ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଦଙ୍ଗା ସମୟରେ ବିଲକିସ ବାନୋଙ୍କୁ ଗଣବଳାତ୍କାର ସହ ତାଙ୍କ ପରିବାରକୁ ଅତି ନିଷ୍ଠୁର ଭାବେ ହତ୍ୟା କରାଯାଇଥିଲା। ସେବେଠାରୁ ବାନୋ ଯାଯାବର ଭାବେ ଜୀବନ କାଟୁଛନ୍ତି। ତେଣୁ ରାଜ୍ୟ ସରକାର ତାଙ୍କୁ ଏକ ସରକାରୀ ଚାକିରି ସହ ରହିବା ପାଇଁ ବାସସ୍ଥାନ ଯୋଗାଇ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞକଜନ ଗୋଗୋଇଙ୍କୁ ନେଇ ଗଠିତ ଏକ ୩ ଜଣିଆ ଖଣ୍ଡପୀଠ ମଙ୍ଗଳବାର ଏହି ରାୟ ପ୍ରକାଶ କରିଛନ୍ତି। ଏହାସହ ଏହି ମାମଲାରେ ସମ୍ପୃକ୍ତ ଥିବା ପୋଲିସ ଅଧିକାରୀଙ୍କ ବିରୋଧରେ କର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ୪ ଜଣଙ୍କ ପେନସନ୍‌ ବନ୍ଦ କରାଯାଇଛି ଓ ଜଣଙ୍କୁ ତଳ ପାହ୍ୟାକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri