Posted inଖେଳ

ଅଷ୍ଟ୍ରେଲିଆ ଆଗରେ ୨୦୧ ରନ୍‌ର ବିଜୟ ଟାର୍ଗେଟ

ସିଡ୍‌ନୀ,୨୨।୧୦: ଚଳିତ ଟି-୨୦ ବିଶ୍ୱକପ୍‌ର ସୁପର-୧୨ ରାଉଣ୍ଡର ଶନିବାର ପ୍ରଥମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୩ ଉଇକେଟ୍‌ ହରାଇ ୨୦୦ ରନ୍‌ କରିଥିଲା। ଫଳରେ ଅଷ୍ଟ୍ରେଲିଆ ଆଗରେ ୨୦୧ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲାଣ୍ଡ ।

ନ୍ୟୁଜିଲାଣ୍ଡର ଦୁଇ ଓପନର ଫିନ୍‌ ଆଲେନ୍‌ ଏବଂ ଡିଭେନ୍‌ କନ୍‌ଭେ ଦଳକୁ ଭଲ ଷ୍ଟାର୍ଟ ଦେଇଥିଲେ। ୫୬ ରନ୍‌ରେ ଦଳର ପ୍ରଥମ ଉଇକେଟ ଭାବେ ଫିନ୍‌ ଆଲେନ୍‌ ୧୬ ବଲ୍‌ରେ ୪୨ରନ୍‌ କରି ଆଉଟ ହୋଇଥିଲେ। ହେଲେ ଡିଭେନ୍‌ କନ୍‌ଭେ ଧୈର୍ଯ୍ୟର ସହ ଖେଳି ଦଳକୁ ଆଗକୁ ନେଇଥିଲେ। ସେ ୫୮ ବଲ୍‌ରେ ୯୨ ରନ୍‌ ଗୁରୁତ୍ୱପୂର୍ଣ୍ଣ ଇନ୍ସିଂ ଖେଳି ଅପରାଜିତ ରହିଥିଲେ। ଫଳରେ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୨୦୦ କରିଥିଲା। ଅନ୍ୟପକ୍ଷେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ୍‌ ୧୨ ରନ୍‌ କରିଥିବା ବେଳେ ଗ୍ଲେନ୍‌ ଫିଲିପ୍ସ ୨୬ ରନ୍‌ କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri