Posted inଖେଳ

କ୍ରିକେଟକୁ ଅଲବିଦା କହିଲେ ୨୦୧୧ ବିଶ୍ୱକପ୍‌ ହିରୋ

କଲମ୍ବୋ, ୨୩।୨ : ୨୦୧୧ ବିଶ୍ୱକପ୍‌ ହିରୋ ତଥା ଶ୍ରୀଲଙ୍କା ଦଳର ଭେଟେରାନ ଓପନର ଉପୁଲ ଥରଙ୍ଗା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୫ ବର୍ଷର ଲମ୍ବା ଅନ୍ତର୍ଜାତୀୟ କ୍ୟାରିୟରରେ ସେ ଶ୍ରୀଲଙ୍କା ଦଳର ଅଧିନାୟକ ହେବାର ସମ୍ମାନ ମଧ୍ୟ ପାଇଥିଲେ। ଅନ୍ତିମ ଥର ୨୦୧୯ରେ ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ ୩୬ ବର୍ଷୀୟ ଥରଙ୍ଗା। ” ମୁଁ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଲାଗି ନିଷ୍ପତ୍ତି ନେଇସାରିଛି “ ବୋଲି ଥରଙ୍ଗା ଟୁଇଟର ହ୍ୟାଣ୍ଡେଲରେ ଲେଖିଛନ୍ତି।

ଉଲ୍ଲେଖଥାଉ କି, ଭାରତରେ ଖେଳାଯାଇଥିବା ୨୦୧୧ ଆଇସିସି ବିଶ୍ୱକପ୍‌ରେ ଥରଙ୍ଗା ଶ୍ରୀଲଙ୍କା ପାଇଁ ତିଲକରତ୍ନେ ଦିଲଶାନଙ୍କ ପରେ ସର୍ବାଧିକ ରନ୍‌ ସ୍କୋରର ଥିଲେ। ଆଉ ପୂରା ଟୁର୍ନାମେଣ୍ଟରେ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ପଞ୍ଚମ ସ୍ଥାନରେ ଥିଲେ ଥରଙ୍ଗା। ୨୦୦୫ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଏହି ବାମହାତୀ ବ୍ୟାଟ୍ସମ୍ୟାନ ୩୧ ଟେଷ୍ଟରୁ ୩ ଶତକ ଓ ୮ ଅର୍ଦ୍ଧଶତକ ସହ କରିଥିଲେ ୧୭୫୪ ରନ୍‌। ତେବେ ଦିନିକିଆ ଫର୍ମାଟରେ ତାଙ୍କୁ ମିଳିଥିଲା ସର୍ବାଧିକ ସଫଳତା। ୨୩୫ ମ୍ୟାଚ୍‌ରେ ୬,୯୫୧ ରନ୍‌ ସ୍କୋର କରିଥିଲେ ଥରଙ୍ଗା। ଏଥିରେ ସାମିଲ ଥିଲା ୧୫ ଶତକ ଓ ୩୭ ଅର୍ଦ୍ଧଶତକ। ୨୬ଟି ଟି୨୦ ମ୍ୟାଚ୍‌ ଖେଳି ସଂଗ୍ରହ କରିଥିଲେ ୪୦୭ ରନ୍‌।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri