୨୦୧୫ରୁ ୨୦୨୨ ସର୍ବାଧିକ ଉତ୍ତପ୍ତ

ଓ୍ବାଶିଂଟନ,୭।୧୧: ଜଳବାୟୁ ପରିବର୍ତ୍ତନ କାରଣରୁ ବିଶ୍ୱ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ୨୦୧୫ରୁ ୨୦୨୨ ସବୁଠାରୁ ଉତ୍ତପ୍ତ ବର୍ଷ ବୋଲି ଓ୍ବାଲର୍‌ଡ ମେଟେରୋଲୋଜିକାଲ ଅର୍ଗାନାଇଜେଶନ୍‌ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ କୁହାଯାଇଛି। ଅମେରିକାରେ ଆୟୋଜିତ ୨୭ତମ ୟୁନାଇଟେଡ୍‌ ନେଶନ୍‌ ଫ୍ରେମ୍‌ଓ୍ବର୍କ କନ୍‌ଭେନ୍‌ସନ୍‌ ଅନ୍‌ କ୍ଲାଇମେଟ୍‌ ଚେଞ୍ଚ କନ୍‌ଫରେନ୍ସରେ ଡବ୍ଲ୍ୟୁଏମ୍‌ଓ ବିଶ୍ୱର ସବୁଠାରୁ ଉତ୍ତପ୍ତ ବର୍ଷ ସମ୍ପର୍କିତ ରିପୋର୍ଟ ଉପସ୍ଥାପନ କରିଛି। ୧୯୯୩ ପରଠୁ ସମୁଦ୍ର ପତ୍ତନ ବୃଦ୍ଧିର ହାର ଦୁଇଗୁଣା ହୋଇଛି ।

ସେହିପରି ୨୦୨୦ ଜାନୁୟାରୀ ପରଠାରୁ ଏଥିରେ ୧୦ ମିଲିମିଟର ବୃଦ୍ଧି ପାଇଥିବା ପରିଲକ୍ଷିତ ହୋଇଛି, ଯାହାକି ଚଳିତବର୍ଷ ଏକ ନୂଆ ରେକର୍ଡ। ଗତ ଅଢ଼େଇ ବର୍ଷ ମଧ୍ୟରେ ସମୁଦ୍ର ପତ୍ତନରେ ହାରାହାରି ୧୦% ବୃଦ୍ଧି ଘଟିଛି। ଏ ନେଇ ଗବେଷକମାନଙ୍କ ପକ୍ଷରୁ କରାଯାଇଥିବା ତର୍ଜମା ରିପୋର୍ଟ ଆସନ୍ତା ଏପ୍ରିଲରେ ପ୍ରକାଶ କରାଯିବ।
୨୦୨୨ରେ ବିଶ୍ୱର ତାପମାତ୍ରା ୧.୧୫ ଡିଗ୍ରୀ ସେଲ୍‌ସିୟସ୍‌ ବୃଦ୍ଧି ଘଟିଛି। ବର୍ଷ ଶେଷ ପର୍ଯ୍ୟନ୍ତ ତାପମାତ୍ରା ସ୍ଥିତି ଯଦି ସମାନ ରୁହେ ତେବେ ୨୦୨୨ ସବୁଠାରୁ ଉତ୍ତପ୍ତ ବର୍ଷ ସୂଚୀରେ ପଞ୍ଚମ କିମ୍ବା ଷଷ୍ଠ ସ୍ଥାନରେ ରହିବ। ତାପମାତ୍ରା ବୃଦ୍ଧି ଦ୍ୱାରା ହିମବାହ ତରଳିବା ଆରମ୍ଭ ହୋଇଛି, ଯାହା ସମୁଦ୍ର ଜଳ ସ୍ତର ବୃଦ୍ଧିର ପ୍ରମୁଖ କାରଣ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri