୨୦୧୬ ଇରାକ ବୋମା ବିସ୍ଫୋରଣର ୩ଦୋଷୀଙ୍କୁ ଫାଶୀ, ୩୦୦ରୁ ଅଧିକ ଲୋକଙ୍କ ହୋଇଥିଲା ମୃତ୍ୟୁ

ବାଗବାଦ,୨୯।୮: ଇରାକରେ ୨୦୧୬ ବୋମା ବିସ୍ଫୋରଣର ତିନିଜଣ ଦୋଷୀଙ୍କୁ ଫାଶୀ ଦିଆଯାଇଛି। ଇରାକର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ୨୦୧୬ରେ ବାଗଦାଦର ସପିଂ ଜିଲାରେ ହୋଇଥିବା ବିସ୍ଫୋରଣରେ ୩୨୦ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ। ବିସ୍ଫୋରଣରେ ଆଇଏସଆଇଏସର ହାତ ଥିଲା ବୋଲି ସଂଗଠନ ସ୍ବୀକାର କରିଥିଲା।

ସୂଚନାଯୋଗ୍ୟ, ବାଗଦାଦର ସପିଂ ଜିଲାରେ ଘଟିଥିବା ଏହି ଭୟଙ୍କର ବୋମା ବିସ୍ଫୋରଣରେ ୩୨୦ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ବିସ୍ଫୋରଣ ବର୍ତ୍ତମାନ ପର୍ଯ୍ୟନ୍ତ ଇରାକରେ ଘଟିଥିବା ମାରାତ୍ମକ ଆକ୍ରମଣ ମଧ୍ୟରୁ ଅନ୍ୟତମ। ମୁସଲମାନଙ୍କର ପବିତ୍ର ରମଜାନ ମାସର ଇଦ-ଉଲ-ଫିତର ପର୍ବର ଠିକ ପୂର୍ବରୁ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ମୃତ୍ୟୁ ହୋଇଥିବା ଲୋକଙ୍କୁ ଚିହ୍ନିବା କଷ୍ଟସାଧ୍ୟ ଥିଲା। ଏହି ସମୟରେ ଆନ୍ତରୀଣ ମନ୍ତ୍ରୀ ମହମ୍ମଦ ଗାବନ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଣ ଉପରେ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ନାହାନ୍ତି ସୁପ୍ରିମକୋର୍ଟ; ବିରାଟ କୋହଲିଙ୍କ ନାମ ନେଇ କହିଲେ ଏମିତି

ନୂଆଦିଲ୍ଲୀ,୨୯।୧୦: ସୁପ୍ରିମକୋର୍ଟ କହିଛନ୍ତି ଯେ ଦିଲ୍ଲୀ-ଏନସିଆର (Delhi-NCR) ରେ ବାଣ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ସେ ନାହାନ୍ତି; ବରଂ, କୋର୍ଟ ଏକ ସନ୍ତୁଳିତ ନିର୍ଦ୍ଦେଶ…

IPL 2027 ପୂର୍ବରୁ, ମୁମ୍ବାଇ ଇଣ୍ଡିଆନ୍ସ କଲା ବଡ଼ ପରିବର୍ତ୍ତନ, ମାଲିଙ୍ଗାଙ୍କ ସମେତ ୩ ପ୍ରମୁଖ ବ୍ୟକ୍ତିଙ୍କ ସହ ହଠାତ ସମ୍ପର୍କ ଛିନ୍ନ

ନୂଆଦିଲ୍ଲୀ,୨୯।୧୦: IPL 2027 ପୂର୍ବରୁ, ମୁମ୍ବାଇ ଇଣ୍ଡିଆନ୍ସ ନିଜର କୋଚିଂ ଷ୍ଟାଫରେ ପରିବର୍ତ୍ତନ କରିଛି ଏବଂ ତିନିଜଣ କୋଚଙ୍କ ସହ ସମ୍ପର୍କ ବିଚ୍ଛିନ୍ନ କରିଛି। ଏମାନଙ୍କ ମଧ୍ୟରେ…

ଆଶୁତୋଷ ସିହ୍ନା କିଏ? ପ୍ରଧାନମନ୍ତ୍ରୀଙ୍କ ଗଡ଼ରେ ଉଡ଼ାଇଲେ ଅଖିଲେଶଙ୍କ ପତାକା

ବାରାଣସୀ,୨୯।୧୦: ଉତ୍ତର ପ୍ରଦେଶର ୧୧ଟି ବିଧାନ ପରିଷଦ ଆସନ ପାଇଁ ଫଳାଫଳ ଘୋଷଣା କରାଯାଇଛି। ଏଥିରେ ଭାରତୀୟ ଜନତା ପାର୍ଟି (ଭାଜପା) ୬ଟି ଆସନ ଜିତିଥିବା ବେଳେ…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ବନ୍ୟାଞ୍ଚଳ ପରିଦର୍ଶନ କଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ଗୁରୁବାର ପୁରୁଣା ସ୍ଥାନରେ ପୁଣି ବଡ଼ ବଡ଼ ପଥର…

ବର୍ଷା ପବନରେ ଛିଡ଼ିଲା ବିଦ୍ୟୁତ୍‌ତାର, ୬ ମେଣ୍ଢା ସହ ଗୋଟିଏ ଛେଳିର ଜୀବନ ଗଲା

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ପବନ ଓ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡୁବୁଲି ଛକ ନିକଟରେ ଅଘଟଣ ଘଟିଛି। ବିଦ୍ୟୁତ୍‌ ଖୁଣ୍ଟ…

ଭାରତୀୟ ପରମ୍ପରା ଭୁଲିନାହାନ୍ତି ପ୍ରିୟଙ୍କା: ସ୍ବାମୀଙ୍କ ସହ ମିଶି ପାଳିଲେ କରୱାଚୌଥ ବ୍ରତ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ପରିଚୟ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରା ଆଜି ବି ନିଜ ଭାରତୀୟ ସଂସ୍କୃତି ଓ ପରମ୍ପରା ସହ ଜଡ଼ିତ ଅଛନ୍ତି। ବିଦେଶରେ…

ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର…

ଗାଜଲବାଡ଼ି ଘାଟିରେ ପୁଣି ଭୂସ୍ଖଳନ: ଫନିରେ ଯେଉଁଠି ଧସିଥିଲା ପାହାଡ଼, ସେହି ସ୍ଥାନରେ ପୁଣି ଅଘଟଣ

ଦାରିଙ୍ଗବାଡ଼ି, ୨୯।୧୦(ଅରୁଣ ସାହୁ):୨୦୧୯ ମସିହାରେ ବାତ୍ୟା ‘ଫନି’ ସମୟରେ ଗାଜଲବାଡ଼ି ଘାଟିରେ ଘଟିଥିବା ଭୂସ୍ଖଳନର ସ୍ମୃତି ପୁଣି ତାଜା ହୋଇଛି। ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଏହି ଘାଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?