୨୦୧୬ ଇରାକ ବୋମା ବିସ୍ଫୋରଣର ୩ଦୋଷୀଙ୍କୁ ଫାଶୀ, ୩୦୦ରୁ ଅଧିକ ଲୋକଙ୍କ ହୋଇଥିଲା ମୃତ୍ୟୁ

ବାଗବାଦ,୨୯।୮: ଇରାକରେ ୨୦୧୬ ବୋମା ବିସ୍ଫୋରଣର ତିନିଜଣ ଦୋଷୀଙ୍କୁ ଫାଶୀ ଦିଆଯାଇଛି। ଇରାକର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ୨୦୧୬ରେ ବାଗଦାଦର ସପିଂ ଜିଲାରେ ହୋଇଥିବା ବିସ୍ଫୋରଣରେ ୩୨୦ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ। ବିସ୍ଫୋରଣରେ ଆଇଏସଆଇଏସର ହାତ ଥିଲା ବୋଲି ସଂଗଠନ ସ୍ବୀକାର କରିଥିଲା।

ସୂଚନାଯୋଗ୍ୟ, ବାଗଦାଦର ସପିଂ ଜିଲାରେ ଘଟିଥିବା ଏହି ଭୟଙ୍କର ବୋମା ବିସ୍ଫୋରଣରେ ୩୨୦ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ବିସ୍ଫୋରଣ ବର୍ତ୍ତମାନ ପର୍ଯ୍ୟନ୍ତ ଇରାକରେ ଘଟିଥିବା ମାରାତ୍ମକ ଆକ୍ରମଣ ମଧ୍ୟରୁ ଅନ୍ୟତମ। ମୁସଲମାନଙ୍କର ପବିତ୍ର ରମଜାନ ମାସର ଇଦ-ଉଲ-ଫିତର ପର୍ବର ଠିକ ପୂର୍ବରୁ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ମୃତ୍ୟୁ ହୋଇଥିବା ଲୋକଙ୍କୁ ଚିହ୍ନିବା କଷ୍ଟସାଧ୍ୟ ଥିଲା। ଏହି ସମୟରେ ଆନ୍ତରୀଣ ମନ୍ତ୍ରୀ ମହମ୍ମଦ ଗାବନ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?