୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ଏସିଜେଏମ୍‌ ତଥା ଆସିଷ୍ଟାଣ୍ଟ ସେସନ୍ସ ଜଜ୍‌ ସୁନିତା ପଟ୍ଟନାୟକ ମାମଲାର ବିଚାର କରି କନ୍ଦରପୁର ଥାନା ଅଧୀନ ନିମେଇଶାପୁରର କୁଖ୍ୟାତ ଅପରାଧୀ ତପୁ ଓରଫ ପ୍ରଶାନ୍ତ କୁମାର ଦାସଙ୍କ ସମେତ ୩ ଅଭିଯୁକ୍ତଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ପ୍ରଦାନ କରିଛନ୍ତି। ଅଭିଯୁକ୍ତମାନେ ୧୫ ହଜାର ଟଙ୍କା ଲେଖାଏ ଜରିମାନା ପ୍ରଦାନ କରିବେ।
 ଜରିମାନା ଅନାଦେୟ ଅଧିକ  ୬ମାସ ଜେଲ୍‌ଦଣ୍ଡ ଭୋଗ କରିବେ ବୋଲି କୋର୍ଟ ଆଦେଶ ଦେଇଛନ୍ତି। ଅନ୍ୟ ଅଭିଯୁକ୍ତଦ୍ୱୟ ହେଲେ ବ୍ରହ୍ମପୁର ବଡ଼ ବଜାରର ସୁଧାକର ପାତ୍ର ଓ କଟକ ସଦର ଥାନା ଅନ୍ତର୍ଗତ ଧାନଘରପଡ଼ାର ସ୍ମୃତିରଞ୍ଜନ ପ୍ରଧାନ ଓରଫ ପାପୁନ୍‌।
ମାମଲାର ବିବରଣୀ ଅନୁସାରେ, ଏତଲାକାରୀ ଭଗବାନ ରାଉତଙ୍କ ଅଭିଯୋଗ ଅନୁସାରେ ୨୦୧୮ ମାର୍ଚ୍ଚ ୨ ତାରିଖ ଅପରାହ୍ନ ୩.୪୫ରେ ତାଙ୍କ ପୁଅ କାଳନ୍ଦୀ ରାଉତ, ନାତି ସମୀର ରାଉତ ଓ ସୁଶାନ୍ତ ରାଉତ ନଦୀରେ ଗାଧୋଇ ସାରି ଘରକୁ ଫେରୁଥିଲେ। ସେତିକିବେଳେ ଅଭିଯୁକ୍ତମାନେ ଦୁଇଟି ବାଇକ୍‌ରେ ଆସି ସେମାନଙ୍କୁ ଅଶ୍ଳିଳ ଭାଷାରେ ଗାଳିଗୁଲଜ କରିଥିଲେ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ରାଗିଯାଇ ଅଭିଯୁକ୍ତମାନେ ଗୁଳି ଚଳାଇଥିଲେ। କାଳନ୍ଦୀଙ୍କ ବେକରେ, ଛାତିରେ ଗୁଳି ବାଜିବାରୁ ସେ ଘଟଣାସ୍ଥଳରେ ଗୁରୁତର ହୋଇପଡ଼ିଥିଲେ।
ସେହିପରି କୁଖ୍ୟାତ ଅପରାଧୀ ତପୁ ଏତଲକାରୀଙ୍କ ନାତି ସମୀର ଉପରକୁ ଗୁଳି ଚଳାଇବାରୁ ସେ ମଧ୍ୟ ଘଟଣାସ୍ଥଳରେ ଗୁରୁତର ଆହତ ହୋଇଥିଲେ। ଅନ୍ୟପକ୍ଷରେ ଅନ୍ୟ ଦୁଇ ଅଭିଯୁକ୍ତମାନେ ମଧ୍ୟ ପଛରୁ ସୁଶାନ୍ତ ଓ ସମୀରଙ୍କୁ ଗୁଳି ଚଳାଇଥିଲେ। ପରେ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।
ଗୁରୁତରମାନଙ୍କୁ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ଏତଲା ଆଧାରରେ କଟକ ସଦର ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଅଭିଯୁକ୍ତମାନଙ୍କ ବିରୋଧରେ କୋର୍ଟରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଥିଲା। କଟକର ଏସିଜେଏମ୍‌ ତଥା ଆସିଷ୍ଟାଣ୍ଟ ସେସନ୍‌ କୋର୍ଟରେ ମାମଲାର ଶୁଣାଣି ଚାଲିଥିଲା। ଶୁଣାଣି ବେଳେ ୧୬ ଜଣଙ୍କ ସାକ୍ଷ୍ୟଗ୍ରହଣ ଆଧାରରେ ରାୟ ପ୍ରକାଶ ପାଇଛି।

Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?