ଥମୁନି ସଂକ୍ରମଣ: ୬ ଦିନରେ ୨୦୧୯ ଆକ୍ରାନ୍ତ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ଭୁବନେଶ୍ୱରରେ ସଂକ୍ରମଣର ଗ୍ରାଫ୍‌ ତଳକୁ ଆସିବାର ନା ଧରୁନି। ଅକ୍ଟୋବର ଆରମ୍ଭରୁ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ଅକ୍ଟୋବର ୧ରୁ ୬ ତାରିଖ ମଧ୍ୟରେ ଭୁବନେଶ୍ୱରରେ ୨,୦୧୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାମଧ୍ୟରୁ କେବଳ ୧,୪୫୧ ଜଣ ସ୍ଥାନୀୟ ସଂକ୍ରମିତ ଥିବାବେଳେ ୫୬୮ଜଣ ସଂକ୍ରମିତ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବାସ କରୁଥିବା ଲୋକ ଏବେ ଏକ ପ୍ରକାର ଭୟର ବାତାବରଣ ମଧ୍ୟରେ ରହିଛନ୍ତି। ଅପରପକ୍ଷରେ କୌଣସି କଟକଣା ଲାଗୁ ନ ହୋଇ ଅନ୍ୟ ସହର ତୁଳନାରେ ଭୁବନେଶ୍ୱର ସ୍ଥିତି ବହୁତ ଭଲ ଅଛି ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।
ସୂଚନା ଅନୁସାରେ ଗତ ୬ଦିନ ମଧ୍ୟରେ ଭୁବନେଶ୍ୱରରୁ ମୋଟ ୨,୦୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧,୯୬୯ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି। ହେଲେ ସବୁଠୁ ବଡ଼ କଥା ହେଉଛି ସହରରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉନାହିଁ। ଦୈନିକ ୩୦୦ରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ ହେଉଥିବାବେଳେ ସୁସ୍ଥ ହାର ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଗତ ୬ ଦିନରେ ୧୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ଏବେ ୧୦୫ରେ ପହଞ୍ଚତ୍ଛି। ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୬୫ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୧୧୬ ଜଣ କ୍ୱାରାଣ୍ଟାଇନ୍‌ରୁ ଓ ୨୪୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିସହ ଆଉ ୩୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ସମସ୍ତ ପଜିଟିଭ ପୂର୍ବରୁ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ପଟିଆରୁ ୨୧, ନୟାପଲ୍ଲୀରୁ ୧୯, ଶହୀଦନଗରରୁ ୧୨, ଲକ୍ଷ୍ମୀସାଗରରୁ ୯, ପାତ୍ରପଡ଼ାରୁ ୮, ୟୁନିଟ-୯, ରସୁଲଗଡ଼, ୟୁନିଟ-୮, ଶୈଳଶ୍ରୀ ବିହାର ଓ ଶହୀଦନଗରରୁ ୭ ଲେଖାଏ, ଶୈଳଶ୍ରୀ ବିହାର ଓ ଝାରପଡ଼ାରୁ ୬ ଲେଖାଏ, ଆଇଆର୍‌ସି ଭିଲେଜ ଓ ପଳାଶୁଣୀରୁ ୫ ଲେଖାଏ, ବାପୁଜୀ ନଗର ଓ ସାମନ୍ତରାପୁରରୁ ୪ ଲେଖାଏ, ୟୁନିଟ-୯, ମଞ୍ଚେଶ୍ୱର, ନୀଳାଦ୍ରି ବିହାର, ଖାରବେଳ ନଗର ଓ ବରମୁଣ୍ଡାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ବ୍ୟତୀତ ଅନ୍ୟ ବହୁ ସ୍ଥାନରୁ ଜଣେ କିମ୍ବା ୨ ଜଣ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଏବେ ଭୁବନେଶ୍ୱରରେ ୩,୫୭୧ ଜଣ ସକ୍ରିୟ ଆକ୍ରାନ୍ତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri