Posted inଜାତୀୟ

ରାମ ମନ୍ଦିର ଉପରେ ରାୟ ଦେଇଥିବା ୫ ବିଚାରପତିଙ୍କୁ ମିଳିଲା ପ୍ରାଣ ପ୍ରତିଷ୍ଠା ଲାଗି ନିମନ୍ତ୍ରଣ, VIP ତାଲିକାରେ ନାମ

ନୂଆଦିଲ୍ଲୀ,୧୯।୧: ଅଯୋଧ୍ୟାରେ ହେବାକୁ ଥିବା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ଆଉ ଦିନ କେଇଟା ବାକି। ସୋମବାର, ଜାନୁଆରୀ ୨୨ ଲାଗି ଦିନ ଧାର୍ଯ୍ୟ କରାଯାଇଥିବା ବେଳେ ଏଥିରେ ସାମିଲ ହେବାକୁ ଥିବା ବ୍ୟକ୍ତିବିଶେଷଙ୍କ ସଂଖ୍ୟା ବଢ଼ୁଛି। ଏହି କ୍ରମରେ ମନ୍ଦିର ନିର୍ମାଣକୁ ନେଇ ଐତିହାସିକ ରାୟ ଦେଇଥିବା ୫ଜଣ ବିଚାରପତିଙ୍କୁ ମଧ୍ୟ ନିମନ୍ତ୍ରିତ କରାଯାଇଛି। ସେମାନେ ହେଲେ ରଞ୍ଜନ ଗୋଗୋଇ, ଶରଦ ଅରବିନ୍ଦ ବୋବଡେ, ଡି. ଚନ୍ଦ୍ରଚୁଡ଼, ଅଶୋକ ଭୂଷଣ, ଏସ୍‌. ଅବ୍‌ଦୁଲ ନାଜିର।

ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଏକ ୫୫ ପୃଷ୍ଠାର ଅତିଥି ତାଲିକା ପ୍ରକାଶ ପାଇଛି, ଯେଉଁଥିରେ ଭିଭିଆଇପି ତଥା ଲୋକପ୍ରିୟ ବ୍ୟକ୍ତିଙ୍କ ନାମ ଉଲ୍ଲେଖ ରହିଛି। ଏହି ତାଲିକାରେ ସୁପ୍ରିମକୋର୍ଟର ୫ ବିଚାରପତିଙ୍କ ନାମ ମଧ୍ୟ ରହିଛି। ସେମାନେ ରାମ ଜନ୍ମଭୂମି ସପକ୍ଷରେ ରାୟ ଶୁଣାଇଥିଲେ।

୨୦୧୯ ନଭେମ୍ବର ୯ରେ ରାମମନ୍ଦିର-ବାବ୍ରି ମସଜିଦ ବିବାଦ ଉପରେ ଚୂଡ଼ାନ୍ତ ରାୟ ପ୍ରକାଶ ପାଇଥିଲା। ବିବାଦୀୟ ୨.୭୭ ଏକର ଜମିକୁ ଟ୍ରଷ୍ଟକୁ ହସ୍ତାନର କରିବାକୁ ସୁପ୍ରିମକୋର୍ଟ ତାଙ୍କ ନିଷ୍ପତ୍ତିରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri