Posted inଖେଳ

୨୦୨୧ ବିଶ୍ୱକପ୍‌ ଆୟୋଜନ: ଶ୍ରୀଲଙ୍କା, ୟୁଏଇ ଭାରତର ବ୍ୟାକ୍‌ ଅପ୍‌ ଭେନ୍ୟୁ

ନୂଆଦିଲ୍ଲୀ,୧୩।୮(ପି.ଟି.): ଆସନ୍ତାବର୍ଷ ଭାରତରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ବିକଳ୍ପ ଆୟୋଜକ ସ୍ଥିର କରିବା ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନିଷ୍ପତ୍ତି ଗ୍ରହଣ କରିବାକୁ ଯାଉଛି। ଯଦି ଭାରତ କୋଭିଡ୍‌-୧୯ ମହାମାରୀ କାରଣରୁ ଏହି ମେଗା ଇଭେଣ୍ଟ ଆୟୋଜନ କରିବାରେ ବିଫଳ ହୁଏ ତେବେ ଶ୍ରୀଲଙ୍କା ଓ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ବ୍ୟାକ୍‌ ଅପ୍‌ ଭେନ୍ୟୁ ବା ବିକଳ୍ପ ଆୟୋଜକ ହେବେ ବୋଲି ଏକ ରିପୋର୍ଟରୁ ଜଣାଯାଇଛି। ଏହି ବିଶ୍ୱକପ୍‌ ଆୟୋଜନ ହେବାକୁ ଆହୁରି ଗୋଟିଏ ବର୍ଷ ବାକି ଅଛି। ତେବେ ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌କୁ କୋଭିଡ୍‌-୧୯ ମହାମାରୀ କାରଣରୁ ଘୁଞ୍ଚାଇବାକୁ ଆଇସିସି ନିଷ୍ପତ୍ତି ନେଇଥିଲା।
ନିର୍ଦ୍ଧାରିତି କାର୍ଯ୍ୟସୂଚୀ ଅନୁଯାୟୀ ଭାରତ ଆସନ୍ତାବର୍ଷ ଏହି ମେଗା ଇଭେଣ୍ଟ ଆୟୋଜନ କରିବ ବୋଲି ଆଇସିସି ଘୋଷଣା କରିଥିଲା। ଅନ୍ୟପଟେ ଚଳିତବର୍ଷ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ବିଶ୍ୱକପ୍‌କୁ ୨୦୨୨କୁ ଘୁଞ୍ଚାଇବାକୁ ଆଇସିସି ନିଷ୍ପତ୍ତି ନେଇଥିଲା। ପ୍ରତ୍ୟେକ ବିଶ୍ୱସ୍ତରୀୟ ତଥା ଆଇସିସି ଇଭେଣ୍ଟ ପାଇଁ କେତୋଟି ବ୍ୟାକ୍‌ ଅପ୍‌ ଭେନ୍ୟୁ ସ୍ଥିର କରାଯାଇଥାଏ। ତେବେ କୋଭିଡ୍‌-୧୯ ମହାମାରୀ ପାଇଁ ବର୍ତ୍ତମାନ ଏହି ବ୍ୟାକ୍‌ ଅପ୍‌ ଭେନ୍ୟୁଗୁଡିକର ଅତିରିକ୍ତ ମହତ୍ତ୍ୱ ସୃଷ୍ଟି ହୋଇଛି। ଏହି ମହାମାରୀ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଭାରତ ବିଶ୍ୱର ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ ସାବ୍ୟସ୍ତ ହୋଇଛି। ଏଥିପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଇପିଏଲ୍‌କୁ ୟୁଏଇକୁ ସ୍ଥାନାନ୍ତର କରିଛି। ଟୁର୍ନାମେଣ୍ଟ ଆହୁରି ଗୋଟିଏ ବର୍ଷ ବାକି ଥିବାରୁ ଏ ସଂକ୍ରାନ୍ତରେ ବିସିସିଆଇ ତରଫରୁ କୌଣସି ପ୍ରତିକ୍ରିୟା ପ୍ରକାଶ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri