Posted inଖେଳ

୨୦୨୧ ବିଶ୍ୱକପ୍‌ ଆୟୋଜନ: ଶ୍ରୀଲଙ୍କା, ୟୁଏଇ ଭାରତର ବ୍ୟାକ୍‌ ଅପ୍‌ ଭେନ୍ୟୁ

ନୂଆଦିଲ୍ଲୀ,୧୩।୮(ପି.ଟି.): ଆସନ୍ତାବର୍ଷ ଭାରତରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ବିକଳ୍ପ ଆୟୋଜକ ସ୍ଥିର କରିବା ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନିଷ୍ପତ୍ତି ଗ୍ରହଣ କରିବାକୁ ଯାଉଛି। ଯଦି ଭାରତ କୋଭିଡ୍‌-୧୯ ମହାମାରୀ କାରଣରୁ ଏହି ମେଗା ଇଭେଣ୍ଟ ଆୟୋଜନ କରିବାରେ ବିଫଳ ହୁଏ ତେବେ ଶ୍ରୀଲଙ୍କା ଓ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ବ୍ୟାକ୍‌ ଅପ୍‌ ଭେନ୍ୟୁ ବା ବିକଳ୍ପ ଆୟୋଜକ ହେବେ ବୋଲି ଏକ ରିପୋର୍ଟରୁ ଜଣାଯାଇଛି। ଏହି ବିଶ୍ୱକପ୍‌ ଆୟୋଜନ ହେବାକୁ ଆହୁରି ଗୋଟିଏ ବର୍ଷ ବାକି ଅଛି। ତେବେ ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌କୁ କୋଭିଡ୍‌-୧୯ ମହାମାରୀ କାରଣରୁ ଘୁଞ୍ଚାଇବାକୁ ଆଇସିସି ନିଷ୍ପତ୍ତି ନେଇଥିଲା।
ନିର୍ଦ୍ଧାରିତି କାର୍ଯ୍ୟସୂଚୀ ଅନୁଯାୟୀ ଭାରତ ଆସନ୍ତାବର୍ଷ ଏହି ମେଗା ଇଭେଣ୍ଟ ଆୟୋଜନ କରିବ ବୋଲି ଆଇସିସି ଘୋଷଣା କରିଥିଲା। ଅନ୍ୟପଟେ ଚଳିତବର୍ଷ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ବିଶ୍ୱକପ୍‌କୁ ୨୦୨୨କୁ ଘୁଞ୍ଚାଇବାକୁ ଆଇସିସି ନିଷ୍ପତ୍ତି ନେଇଥିଲା। ପ୍ରତ୍ୟେକ ବିଶ୍ୱସ୍ତରୀୟ ତଥା ଆଇସିସି ଇଭେଣ୍ଟ ପାଇଁ କେତୋଟି ବ୍ୟାକ୍‌ ଅପ୍‌ ଭେନ୍ୟୁ ସ୍ଥିର କରାଯାଇଥାଏ। ତେବେ କୋଭିଡ୍‌-୧୯ ମହାମାରୀ ପାଇଁ ବର୍ତ୍ତମାନ ଏହି ବ୍ୟାକ୍‌ ଅପ୍‌ ଭେନ୍ୟୁଗୁଡିକର ଅତିରିକ୍ତ ମହତ୍ତ୍ୱ ସୃଷ୍ଟି ହୋଇଛି। ଏହି ମହାମାରୀ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଭାରତ ବିଶ୍ୱର ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ ସାବ୍ୟସ୍ତ ହୋଇଛି। ଏଥିପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଇପିଏଲ୍‌କୁ ୟୁଏଇକୁ ସ୍ଥାନାନ୍ତର କରିଛି। ଟୁର୍ନାମେଣ୍ଟ ଆହୁରି ଗୋଟିଏ ବର୍ଷ ବାକି ଥିବାରୁ ଏ ସଂକ୍ରାନ୍ତରେ ବିସିସିଆଇ ତରଫରୁ କୌଣସି ପ୍ରତିକ୍ରିୟା ପ୍ରକାଶ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?