Posted inଖେଳ

୨୦୨୨ ମହିଳା କ୍ରିକେଟ ବିଶ୍ୱକପ୍‌: କ୍ୱାଲିଫାୟର ବିପକ୍ଷରୁ ଭାରତର ଅଭିଯାନ

ଦୁବାଇ, ୧୬।୧୨(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପକ୍ଷରୁ ୨୦୨୨ ମହିଳା କ୍ରିକେଟ ବିଶ୍ୱକପ ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏହି ପ୍ରତିଯୋଗିତା ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ହେବ। ପୁନଃନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ମାର୍ଚ୍ଚ ୬ରେ ଟୌରଙ୍ଗାର ବେ ଓଭାଲ ଗ୍ରାଉଣ୍ଡରେ ଏକ କ୍ୱାଲିଫାୟର ଦଳ ବିପକ୍ଷରେ ଖେଳି ଭାରତ ଏହାର ଅଭିଯାନ ଆରମ୍ଭ କରିବ। ପରେ ମାର୍ଚ୍ଚ ୧୨ ଓ ୨୨ରେ ମଧ୍ୟ ଭାରତ ହାମିଲଟନର ସେଡନ ପାର୍କରେ ଅନ୍ୟ ଦୁଇ କ୍ୱାଲିଫାୟର ଦଳ ବିପକ୍ଷରେ ମ୍ୟାଚ ଖେଳିବ। ରାଉଣ୍ଡ ରବିନ ଭିତ୍ତିରେ ଖେଳାଯିବାକୁଥିବା ଟୁର୍ନାମେଣ୍ଟରେ ଭାରତ ମାର୍ଚ୍ଚ ୧୬ରେ ଇଂଲଣ୍ଡକୁ ଭେଟିବ। ଏହି ମ୍ୟାଚ ଲଡର୍‌ସରେ ୨୦୧୭ ମହିଳା ବିଶ୍ୱକପ ଫାଇନାଲର ରିମ୍ୟାଚ ସଦୃଶ ହେବ। ଏହାପରେ ଭାରତ ୧୯ରେ ଅକ୍‌ଲାଣ୍ଡର ଇଡେନ ପାର୍କରେ ଅଷ୍ଟ୍ରେଲିଆ ଏବଂ ୨୭ରେ ଖ୍ରୀଷ୍ଟଚର୍ଚ୍ଚର ହାଗ୍‌ଲେ ଓଭାଲରେ ଦକ୍ଷିଣ ଆଫ୍ରିକା ସହିତ ମୁକାବିଲା କରିବ। ଏହି ମେଗା ପ୍ରତିଯୋଗିତା ପ୍ରକୃତରେ ୨୦୨୧ ଫେବୃୟାରୀ-ମାର୍ଚ୍ଚ ମଧ୍ୟରେ ହେବାର ଥିଲା। ମାତ୍ର କୋଭିଡ୍‌-୧୯ ମହାମାରୀ ଯୋଗୁ ଏହାକୁ ସ୍ଥଗିତ ରଖା ଯାଇଥିଲା। ପୁନଃନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଏହି ପ୍ରତିଯୋଗିତା ୨୦୨୨ ମାର୍ଚ୍ଚ ୪ରୁ ଏପ୍ରିଲ ୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୬ଟି ଆୟୋଜକ ସହର ଓ ଭେନ୍ୟୁକୁ ଅପରିବର୍ତ୍ତିତ ରଖାଯାଇଛି। ବିଶ୍ୱର ଶ୍ରେଷ୍ଠ ୮ଟି ଦଳ ଅକ୍‌ଲାଣ୍ଡ, ଟୌରଙ୍ଗା, ହାମିଲଟନ, ଓ୍ବେଲିଂଟନ, ଖ୍ରୀଷ୍ଟଚର୍ଚ୍ଚ ଓ ଡୁନେଡିନ୍‌ରେ ଖେଳିବେ।
କାର୍ଯ୍ୟସୂଚୀ ଅନୁସାରେ ମାର୍ଚ୍ଚ ୪ରେ ନ୍ୟୁଜିଲାଣ୍ଡ ଉଦ୍‌ଘାଟନୀ ମ୍ୟାଚରେ ଏକ କ୍ୱାଲିଫାୟର ଦଳକୁ ଭେଟି ଅଭିଯାନ ଆରମ୍ଭ କରିବ। ଓ୍ବେଲିଂଟନର ବେସିନ ରିଜର୍ଭ ଏବଂ ଖ୍ରୀଷ୍ଟଚର୍ଚ୍ଚର ହାଗ୍‌ଲେ ଓଭାଲ ସେମିଫାଇନାଲ ଆୟୋଜନ କରିବେ। ଖ୍ରୀଷ୍ଟଚର୍ଚ୍ଚରେ ଫାଇନାଲ ଏପ୍ରିଲ ୨ରେ ଖେଳାଯିବ। ଭାରତ ବ୍ୟତୀତ ବିଶ୍ୱକପ ପାଇଁ ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା କ୍ୱାଲିଫାଏ କରିଛନ୍ତି। ଅନ୍ୟ ୩ଟି ଦଳ ଆଇସିସି କ୍ୱାଲିଫାୟର ଟୁର୍ନାମେଣ୍ଟରୁ ଆସିବେ। ଏହି ପ୍ରତିଯୋଗିତା ଆସନ୍ତାବର୍ଷ ଶ୍ରୀଲଙ୍କାରେ ଜୁନ୍‌ ୨୬ରୁ ଜୁଲାଇ ୧୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ବିଶ୍ୱକପ ପାଇଁ ପୁରସ୍କାର ରାଶି ୫.୫ ମିଲିୟନ ନ୍ୟୁଜିଲାଣ୍ଡ ଡଲାର ରଖା ଯାଇଛି। ଯାହାକି ୨୦୧୭ ବିଶ୍ୱକପ ତୁଳନାରେ ୬୦ ପ୍ରତିଶତ ଏବଂ ୨୦୧୩ ତୁଳନାରେ ୧୦୦୦ ପ୍ରତିଶତ ଅଧିକ। ଦିନିକିଆ ହେଉ କିମ୍ବା ଟି୨୦, ଗତ ୩-୪ ବର୍ଷ ଧରି ଭାରତ ଆଇସିସି ଟୁର୍ନାମେଣ୍ଟଗୁଡ଼ିକରେ ଭଲ ପ୍ରଦର୍ଶନ କରିଆସୁଛି। ଆମେ ଯଦି ୨୦୨୨ରେ ବିଶ୍ୱକପ ଜିତିବାକୁ ସକ୍ଷମ ହେଉ ତେବେ ପରବର୍ତ୍ତୀ ପିଢ଼ିର ବାଳିକାଙ୍କ ପାଇଁ ବଡ଼ ପ୍ରେରଣା ସଦୃଶ ହେବ ବୋଲି ଭାରତୀୟ ଅଧିନାୟିକା ମିଥାଲି ରାଜ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri