୨୦୨୩ ଜୁନ୍‌ରେ ସରିବ ଘଟକେଶ୍ବର ପ୍ରକଳ୍ପ କାମ

ଛତ୍ରପୁର,୨୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ଜିଲାପାଳ ଦିବ୍ୟଜ୍ୟୋତି ପରିଡା କ୍ଷୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ। ପ୍ରାରମ୍ଭରେ ଇଆଇସି-ତଥା- ସ୍ବତନ୍ତ୍ର ସଚିବ ମୁକୁଲ ଚନ୍ଦ୍ର ବେହେରା ବର୍ତ୍ତମାନ ଖରିଫ ଫସଲ ଶେଷ ହେବାକୁ ଯାଉଛି। ରବି ଫସଲ ଆରମ୍ଭ ହେବାକୁ ଥିବାରୁ ଜଳସେଚନ ପ୍ରକଳ୍ପଗୁଡିକର ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକରେ ଘଟକେଶ୍ବର ବହୁମୁଖୀ ପ୍ରକଳ୍ପର କାର୍ଯ୍ୟ ଚାଲୁ ରହିଛି । ଏହା ଜୁନ ୨୦୨୩ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ଜଣାଇଥିଲେ। ଛେଳିଗଡ ଜଳସେଚନ ପ୍ରକଳ୍ପର ମୁଖ୍ୟ କେନାଲ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯାଇଛି । ଏହାର ଶାଖା କେନାଲଗୁଡିକର କାର୍ଯ୍ୟ ଜାନୁୟାରୀ ୨୦୨୪ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ଜଣାଯାଇଛି। ହରଭଙ୍ଗୀ ପ୍ରକଳ୍ପର ସମ୍ପ୍ରସାରଣ କାର୍ଯ୍ୟ ମଧ୍ୟ ଚାଲୁରହିଛି। ବନ୍ୟାଜଳ ସହଜରେ ନିଷ୍କାସନ ନିମନ୍ତେ ଟିପିସିରା ନାଳ ଓ ଦେବଭୂମି ହଜର ଉନ୍ନତୀକରଣ କରାଯିବ। ଋଷିକୂଲ୍ୟା, ଧନେଇ, ଘୋଡାହାଡ ଓ ବାହୁଦା ଆଦି ନଦୀଗୁଡିକରେ ଗ୍ରୀଷ୍ମ ଋତୁରେ ଅଳ୍ପ ପରିମାଣ ଜଳ ଥାଏ। ଜିଲାରେ ୧୦୮୫ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରହିଛି। ଅଧିକାଂଶ ପ୍ରକଳ୍ପଗୁଡିକ ବହୁ ପୁରାତନ। ଏଗୁଡିକର ରକ୍ଷଣାବେକ୍ଷଣ ସହ ଜଳ ସଂରକ୍ଷଣ ଉପରେ ଜିଲାପାଳ ପରିଡା ଗୁରୁତ୍ୱାରୋପ କରିଥିଲେ। ପ୍ରତ୍ୟେକ ପ୍ରକଳ୍ପରେ ଓ୍ବାଟର ୟୁଜର୍ସ ଆସୋସିଏଶନ( ପାଣି ପଞ୍ଚାୟତ) ଗଠନ କରାଯାଇ କେନାଲଗୁଡିକର ରକ୍ଷଣାବେକ୍ଷଣ ତଦାରଖ କରାଯାଉଛି ବୋଲି ଜିଲାପାଳ କହିଥିଲେ। କ୍ଷୁଦ୍ର ଜଳସେଚନ ଯୋଜନାରେ ୧,୦୫,୨୬୨ ହେକ୍ଟର ଜମି ଜଳସେଚିତ କରାଯାଉଥିବା ବେଳେ ୭୬୦ ଚେକ୍‌ ଡ୍ୟାମ ଜରିଆରେ ୧୬,୩୦୦ ହେକ୍ଟର ଜଳସେଚନ କରାଯିବ । ବୈଠକରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଡ୍ରେନେଜ ବ୍ୟବସ୍ଥା, ଉଠା ଜଳସେଚନ, ଭୂତଳ ଜଳ ସଂରକ୍ଷଣ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା।
ବୈଠକରେ ବ୍ରହ୍ମପୁର ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ ତଥା ଅବବାହିକା ପରିଚାଳକ ଇଂ. ଅଶ୍ବିନୀ କୁମାର ମହାନ୍ତି, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଇଂ.ବିଭୁଦତ୍ତ ପଣ୍ଡା, କ୍ଷୁଦ୍ର ଜଳ ସେଚନ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀକାନ୍ତ ତ୍ରିପାଠୀ, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ବଂଶଧାରା ନାଗାବଳୀ ଅବବାହିକା,ଇଂ.ନଗେନ୍ଦ୍ର ନାଥ ମହାରଣା, ଡ୍ରେନେଜ୍‌ ଡିଭିଜନ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶେଖର ଓ ସମସ୍ତ କ୍ଷୁଦ୍ର ଓ ମଧ୍ୟମ ଜଳସେଚନ ବିଭାଗ, ଡ୍ରେନେଜ୍‌ ବିଭାଗ, ଉଠାଜଳସେଚନ ବିଭାଗର ଯନ୍ତ୍ରୀମାନେ ଯୋଗଦେଇଥିଲେ। ଶେଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲା ପରିଷଦ ସଭ୍ୟ କୀର୍ତ୍ତି ଭାସନ ଭି ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri