୨୦୨୪: ୩୦ ସରକାରୀ ଛୁଟି, ୬ ଇଚ୍ଛାଧୀନ: ଶନିବାର, ରବିବାର ପଡୁଛି ୮ଛୁଟି

ଭୁବନେଶ୍ୱର,୮।୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ବର୍ଷରେ ୩୦ଟି ସରକାରୀ ଛୁଟି ଦିବସ ରହିଛି। ଚଳିତ ୨୦୨୩ କ୍ୟାଲେଣ୍ଡର ବର୍ଷରେ ୨୭ଟି ସରକାରୀ ଛୁଟିଦିବସ ରହିଛି। ଦ୍ୱିତୀୟ ଶନିବାର ଓ ରବିବାରରେ ୫ଟି ଛୁଟିଦିନ ପଡ଼ିଥିବାବେଳେ

ରବିବାର ଓ ଶନିବାରରେ ୩ଟି ଇଚ୍ଛାଧୀନ ଛୁଟିଦିନ ପଡ଼ିଛି। ତାଲିକାରେ ୩୦ଟି ସରକାରୀ ଛୁଟି ଦିବସ ଓ ୬ଟି ଇଚ୍ଛାଧୀନ ଛୁଟି ଦିବସ ରହିଛି। କର୍ମଚାରୀମାନେ ଏହି ୬ଟି ଇଚ୍ଛାଧୀନ ଛୁଟି ମଧ୍ୟରୁ ଗୋଟିଏ ଦିନ ନିଜ ସୁବିଧା ଅନୁସାରେ ଛୁଟି ନେଇପାରିବେ। ଜାନୁୟାରୀ ୧୭ରେ ଗୁରୁଗୋବିନ୍ଦ ସିଂଙ୍କ ଜନ୍ମଦିନ, ଜାନୁୟାରୀ ୨୫ରେ ବ୍ରାହ୍ମସମାଜ ପ୍ରତିଷ୍ଠା ଦିବସ, ମାର୍ଚ୍ଚ ୩୦ରେ ଇଷ୍ଟର ଶନିବାର, ମେ’ ୨୨ରେ ରାଜା ରାମମୋହନ ରାୟ ଜନ୍ମଦିନ, ଜୁଲାଇ ୧୫ରେ ବାହୁଡ଼ାଯାତ୍ରା ଓ ଡିସେମ୍ବର ୨୪ରେ ଖ୍ରୀଷ୍ଟମାସ ପର୍ବକୁ ଇଚ୍ଛାଧୀନ ଛୁଟି ଭାବେ ସରକାର ଘୋଷଣା କରିଛନ୍ତି।
ସେହିପରି ୨୦୨୪ ଏପ୍ରିଲ ୭ ରବିବାରରେ ‘ସବ୍‌-ଇ-କଦର’, ନଭେମ୍ବର ୧୦ ରବିବାରରେ ଅଁଳାନବମୀ ଓ ନଭେମ୍ବର ୨୩ ଚତୁର୍ଥ ଶନିବାରରେ ପ୍ରଥମାଷ୍ଟମୀ ପଡ଼ୁଥିବାରୁ ଏହିସବୁ ଇଚ୍ଛାଧୀନ ଛୁଟି ପ୍ରଭାବିତ ହୋଇଛି।
ରବିବାର ଏପ୍ରିଲ ୧୪ରେ ମହାବିଷୁବ ସଂକ୍ରାନ୍ତି, ଜୁଲାଇ ୭ ରବିବାର ରଥଯାତ୍ରା, ସେପ୍ଟେମ୍ବର ୮ ରବିବାରରେ ନୂଆଖାଇ, ଅକ୍ଟୋବର ୧୨ରେ ଦ୍ୱିତୀୟ ଶନିବାର ମହାନବମୀ ଓ ଅକ୍ଟୋବର ୧୩ ରବିବାର ବିଜୟାଦଶମୀ ପଡ଼ୁଛି। ଏସବୁ ଦିନଗୁଡ଼ିକ ସାଧାରଣତଃ ଛୁଟି ଦିବସ ଘୋଷଣା ହୋଇଥାଏ।
ଏହି ଛୁଟିଦିନଗୁଡ଼ିକୁ ବାଦ୍‌ ଦେଲେ ରାଜ୍ୟ କର୍ମଚାରୀମାନଙ୍କୁ ୪୬ଟି ରବିବାର ଏବଂ ୨୨ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାର ଭାବେ ଛୁଟିଦିନ ମିଳିବ। ସରକାରୀ କର୍ମଚାରୀଙ୍କୁ ମୋଟ ଉପରେ ୩୦ଟି ସରକାରୀ ଛୁଟିଦିନ, ଗୋଟିଏ ଇଚ୍ଛାଧୀନ ଛୁଟି ସମେତ ରବିବାର ଓ ଶନିବାର(ଦ୍ୱିତୀୟ ଓ ଚତୁର୍ଥ)ରେ ୬୮ଟି ଛୁଟିଦିନ ମିଶାଇ ମୋଟ ୯୯ଟି ଛୁଟିଦିନ ମିଳିବ। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅନ୍ୟ ଏକ ବିଜ୍ଞପ୍ତିରେ ରାଜ୍ୟରେ ଥିବା ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ସଂସ୍ଥାଗୁଡ଼ିକ ନିମନ୍ତେ ୨୦ଟି ସରକାରୀ ଛୁଟି ଦିବସ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri