Posted inଜାତୀୟ

୨୦୨୪ ଲୋକସଭା ନିର୍ବାଚନର ସେମିଫାଇନାଲ ହେବ ୯ ରାଜ୍ୟର ବିଧାନସଭା ନିର୍ବାଚନ…

ନୂଆଦିଲ୍ଲୀ,୨।୧ : ଚଳିତ ବର୍ଷ ଦେଶର ନଅଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନକୁ ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନର ସେମିଫାଇନାଲ ଭାବରେ ବିବେଚନା କରାଯାଉଛି ବୋଲି ରାଜନୈତିକ ସମୀକ୍ଷକମାନେ ମତପୋଷଣ କରିଛନ୍ତି। ଉତ୍ତର-ପୂର୍ବ ରାଜ୍ୟ ବ୍ୟତୀତ କର୍ନାଟକ, ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ ଏବଂ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।

ପ୍ରଥମେ ଉତ୍ତର-ପୂର୍ବ ରାଜ୍ୟ ନାଗାଲାଣ୍ଡ, ତ୍ରିପୁରା ଏବଂ ମେଘାଳୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଫେବୃଆରୀ-ମାର୍ଚ୍ଚରେ ଏହି ରାଜ୍ୟଗୁଡିକରେ ନିର୍ବାଚନ ହେବାର ସମ୍ଭାବନା ରହିଛି।

ତ୍ରିପୁରା ଭାଜପା ଦ୍ୱାରା ଶାସିତ, ନାଗାଲାଣ୍ଡରେ ନ୍ୟାଶନାଲିଷ୍ଟ ଡେମୋକ୍ରାଟିକ ପ୍ରଗତିଶୀଳ ଦଳ କ୍ଷମତାରେ ଅଛି।
ନଅ ରାଜ୍ୟରେ ବିଧାନସଭା ନିର୍ବାଚନ ବ୍ୟତୀତ ଜମ୍ମୁ- କଶ୍ମୀରର କେନ୍ଦ୍ରଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ମଧ୍ୟ ଚଳିତ ବର୍ଷ ହେବାର ସମ୍ଭାବନା ରହିଛି।

ସୂତ୍ରରୁ ପ୍ରକାଶ ଯେ ଜମ୍ମୁ-କଶ୍ମୀରରେ ଶୀତର ପ୍ରଭାବ କମିଯିବା ପରେ ୨୦୨୩ ର ଗ୍ରୀଷ୍ମ ସମୟରେ ବିଧାନସଭା ନିର୍ବାଚନ ହୋଇପାରେ। ଗତ ୨୦୨୨ବର୍ଷ ନଭେମ୍ବର ୨୫ ରେ ଜମ୍ମୁ-କଶ୍ମୀରର ଶେଷ ଭୋଟର ତାଲିକା ପ୍ରକାଶ ପାଇବା ସହିତ ଏଠାରେ ନିର୍ବାଚନ ପାଇଁ ରାସ୍ତା ସଫା ହୋଇଛି।

ଛତିଶଗଡ, ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନା ଏବଂ ମିଜୋରାମର ବିଧାନସଭାର କାର୍ଯ୍ୟକାଳ ଚଳିତ ବର୍ଷ ଡିସେମ୍ବର ଏବଂ ଜାନୁୟାରୀ ୨୦୨୪ ରେ ବିଭିନ୍ନ ତାରିଖରେ ଶେଷ ହେବ। ମିଜୋରାମର ୪୦ ସଦସ୍ୟ ବିଶିଷ୍ଟ ବିଧାନସଭାର କାର୍ଯ୍ୟକାଳ ଡିସେମ୍ବର ୧୭ରେ ଶେଷ ହୋଇଥିବାବେଳେ ଛତିଶଗଡ ଏବଂ ମଧ୍ୟପ୍ରଦେଶ ବିଧାନସଭାର ଅବଧି ଯଥାକ୍ରମେ ୩ ଜାନୁୟାରୀ ଏବଂ ୬ ଜାନୁଆରୀ ୨୦୨୪ ରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?