Posted inଜାତୀୟ

ତେଜସ୍ବୀଙ୍କ ନେତୃତ୍ୱରେ ଲଢ଼ାଯିବ ୨୦୨୫ ବିଧାନସଭା ନିର୍ବାଚନ: ନୀତୀଶ…

ପାଟନା,୧୩।୧୨ : ବିହାରରୁ ବଡ ଖବର ଆସିଛି। ରାଜ୍ୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ନୀତୀଶ ସ୍ପଷ୍ଟ ଶବ୍ଦରେ କହିଛନ୍ତି ଯେ ଉପ ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ନେତୃତ୍ୱରେ ରାଜ୍ୟରେ ୨୦୨୫ରେ ବିଧାନସଭା ନିର୍ବାଚନ ମିଳିତ ମେଣ୍ଟ ପକ୍ଷରୁ ଲଢ଼ାଯିବ।

ଏହା ସହିତ ସ୍ପଷ୍ଟ କରିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ନୁହଁନ୍ତି। ସମସ୍ତଙ୍କ ସହ ମିଶି ସେ ଭାଜପା ହଟାଇବାକୁ ଚାହୁଁଛନ୍ତି। ମହାମେଣ୍ଟ ବିଧାନସଭା ପାର୍ଟିର ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହି ଆଶ୍ଚର୍ଯ୍ୟଜନକ ତଥା ବଡ ବିବୃତ୍ତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶଙ୍କ ଏଭଳି ମନ୍ତବ୍ୟ ରାଜ୍ୟ ରାଜନୀତିକୁ ସରଗରମ କରିପାରେ ବୋଲି ଚର୍ଚ୍ଚା ହେଉଛି।

ମଙ୍ଗଳବାର ରାଜ୍ୟ ରାଜଧାନୀ ପାଟନାରେ ମହାମେଣ୍ଟ ବିଧାନସଭା ପାର୍ଟିର ଏକ ବୈଠକ ଡକାଯାଇଥିଲା। ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି, ୨୦୨୫ ମସିହାରେ ହେବାକୁ ଥିବା ବିହାର ବିଧାନସଭା ନିର୍ବାଚନରେ ତେଜସ୍ବୀ ଯାଦବଙ୍କ ନେତୃତ୍ୱରେ ଲଢ଼େଇ ହେବ। ମୁଁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ନୁହେଁ। ଆମେ ସମସ୍ତେ କେବଳ ଭାଜପାକୁ ହଟାଇବାକୁ ଚାହୁଁଛୁ। ଏହା ସହିତ ନୀତୀଶ ବୈଠକରେ ମଦ ବିକ୍ରି ନିଷେଧାଦେଶକୁ ନେଇ ଜାରି ରହିଥିବା ଆରୋପ ପ୍ରତ୍ୟାରୋପ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ସେ ଏନେଇ ବିଧାନସଭା ପାର୍ଟି ନେତା ଅଜିତ ଶର୍ମା ଏବଂ ଅନ୍ୟ ବିଧାୟକମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି। ନୀତୀଶ କହିଛନ୍ତି, ଯେଉଁମାନେ ନିଷେଧାଦେଶ ଉପରେ ନିର୍ବୋଧ କଥା କହୁଛନ୍ତି, ସେମାନେ ଜାଣନ୍ତି ନାହିଁ ଯେ ସମସ୍ତଙ୍କ ସମ୍ମତି ପରେ ଏହି ନିଷେଧାଦେଶ ଲାଗୁ କରାଯାଇଛି। ନିଷେଧାଦେଶ ଉପରେ ଏଭଳି କଥା କହିବା ଅପେକ୍ଷା ଏହାକୁ କିପରି ପ୍ରଭାବଶାଳୀ କରାଯିବ ତାହା ଉପରେ କାର୍ଯ୍ୟ କରିବା ଭଲ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri