୨୦୨୬ ହେବ ଆସିଆନ୍‌-ଇଣ୍ଡିଆ ସାମୁଦ୍ରିକ ସହଯୋଗର ବର୍ଷ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/କୁଆଲାଲୁମ୍ବୁର,୨୭।୧୦: ଭାରତ-ଆସିଆନ୍‌ ବିସ୍ତୃତ ରଣନୈତିକ ସହଭାଗିତା ସମ୍ପ୍ରତି ବୈଶ୍ୱିକ ସ୍ଥିରତା ଓ ଅଭିବୃଦ୍ଧିର ଏକ ଶକ୍ତିଶାଳୀ ମୂଳଦୁଆ ଭାବେ ଉଭା ହେଉଛି ବୋଲି ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଭାରତ-ଆସିଆନ୍‌ (ଆସୋସିଏଶନ୍‌ ଅଫ୍‌ ସାଉଥ୍‌ଇଷ୍ଟ ଏସିଆନ୍‌ ନେଶନ୍ସ)ର ବାର୍ଷିକ ଶିଖର ସମ୍ମିଳନୀକୁ ଭିଡିଓ କନ୍‌ଫରେନ୍ସ ଜରିଆରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀର ଆକ୍ଟ ଇଷ୍ଟ ପଲିସିକୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଭାବେ ଅଭିହିତ କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ ସବୁବେଳେ ‘ଆସିଆନ୍‌ ସେଣ୍ଟ୍ରାଲି’ ଏବଂ ‘ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ଆସିଆନ୍‌ର ଦୂରଦୃଷ୍ଟି’କୁ ସମର୍ଥନ ଦେଇଆସିଛି। ଏପରି କି ବର୍ତ୍ତମାନର ଅନିଶ୍ଚିତତା ଭିତରେ ମଧ୍ୟ ଭାରତ-ଆସିଆନ୍‌ ବିସ୍ତୃତ ରଣନୈତିକ ସହଭାଗିତା ପ୍ରଗତି ପଥରେ ଆଗେଇ ଚାଲିଛି। ଆମ ଦୃଢ଼ ସହଭାଗିତା ହେଉଛି ବୈଶ୍ୱିକ ସ୍ଥିରତା ଓ ଅଭିବୃଦ୍ଧି ପାଇଁ ଏକ ପ୍ରଭାବଶାଳୀ ମୂଳଦୁଆ। ଆସିଆନ୍‌ ବନ୍ଧୁ ରାଷ୍ଟ୍ରଗୁଡ଼ିକ ସହ ଭାରତ ପ୍ରତ୍ୟେକ ସଙ୍କଟ ସମୟରେ ଛିଡ଼ା ହୋଇଆସିଛି। ସାମୁଦ୍ରିକ ସୁରକ୍ଷା ଓ ନୀଳ ଅର୍ଥନୀତିରେ ଦ୍ୱିପାକ୍ଷିକ ସହଯୋଗ ଦ୍ରୁତଗତିରେ ଆଗକୁ ବଢ଼ୁଛି। ଏହି ପରିପ୍ରେକ୍ଷୀରେ ଆମେ ୨୦୨୬କୁ ସାମୁଦ୍ରିକ ସହଯୋଗର ଆସିଆନ୍‌-ଇଣ୍ଡିଆ ବର୍ଷ ରୂପେ ଘୋଷଣା କରୁଛୁ। ଶିକ୍ଷା, ପର୍ଯ୍ୟଟନ, ବିଜ୍ଞାନ ଓ କାରିଗରି, ସ୍ବାସ୍ଥ୍ୟ, ସବୁଜ ଶକ୍ତି ଏବଂ ସାଇବର ନିରାପତ୍ତାରେ ଅମେ ଦୃଢ଼ତାର ସହ ପାରସ୍ପରିକ ସହଯୋଗ ଆଡ଼କୁ ଅଗ୍ରସର ହେଉଛୁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri