ସାତକୋଶିଆରେ ବୁଲୁଛି ଆହତ ମାଈ ହାତୀ

ବନ୍ତଳା,୧୭।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ଅଞ୍ଚଳରେ ଏକ ମାଈ ହାତୀ ଅସୁସ୍ଥ ଅବସ୍ଥାରେ ଦୁଇଦିନ ହେଲା ବୁଲୁଛି। ହାତୀର ପେଟରେ ତିନିରୁ ଚାରୋଟି କଣା ହୋଇ ଥିବା ଜଣାପଡୁଛି। ଏଣୁ ତା’ ଦେହରେ ଗୁଳି ବାଜିଥିବା ସନ୍ଦେହ କରାଯାଉଛି। ଖବର ପାଇ ବନବିଭାଗ କର୍ମଚାରୀ ହାତୀକୁ କାବୁ କରିବା ନିମନ୍ତେ ଖୋଜୁଥିଲେ ମଧ୍ୟ ସଠିକ ଜାଗାରେ ତାକୁ ଠାବ କରାଯାଇ ପାରିନାହିଁ କିମ୍ବା ଚିକିତ୍ସା ମଧ୍ୟ କରାଯାଇପାରିନାହିଁ। ଉକ୍ତ ହାତୀଟିର ଆନୁମାନିକ ବୟସ କୋଡିଏରୁ ପଚିଶ ବର୍ଷ ହେବ ବୋଲି ଜଣାପଡୁଛି। ଏ ବିଷୟରେ ସାତକୋଶିଆ ଡିଏଫ୍‌ଓ ରାମସ୍ବାମୀ ପି.ଙ୍କୁ ପଚରାଯିବାରେ ସେ କହିଛନ୍ତି, ହାତୀଟି କୁମୁରି ଓ ବାଘମୁଣ୍ଡା ଅଞ୍ଚଳରେ ବୁଲୁଛି। ହାତୀ ପେଟରେ କିଛି ଘା’ ହୋଇଥିବା ପରି ଲାଗୁଛି। କାବୁ କରାଯିବା ପରେ ଅସୁସ୍ଥତାର ପ୍ରକୃତ କାରଣ ଜଣାପଡିବ ବୋଲି ସେ କହିଛନ୍ତି।


All Right Reserved By Dharitri.Com

କାର୍‌ ପୋଛା ବେଳେ ଦାଗ: ଦିବ୍ୟାଙ୍ଗ ଛାତ୍ରଙ୍କୁ ନିସ୍ତୁକ ପିଟିଲେ ଶିକ୍ଷକ

ଦିଗପହଣ୍ଡି,୧୦।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ତଲାସିଙ୍ଗି ସରକାରୀ ହାଇସ୍କୁଲର ଜଣେ ଶିକ୍ଷକଙ୍କ କାରରୁ ଧୂଳି ସଫା କରିବା ପାଇଁ ୯ମ ଶ୍ରେଣୀର...

ଚାର୍ଜରେ ବସାଇ ଛାତି ଉପରେ ରଖିଥିଲେ ମୋବାଇଲ: ଫାଟି ରାଜମିସ୍ତ୍ରୀଙ୍କ ଜୀବନଗଲା

ପାରାଦୀପ, ୧୧।୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଅଠରବାଙ୍କି ଲକପଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାୟଳରେ ସୋମବାର ସକାଳେ ମୋବାଇଲ ଫାଟି ଜଣେ ରାଜମିସ୍ତ୍ରୀଙ୍କ...

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ,୨୫ା୨: ଫାଲ୍‌ଗୁନ ଶୁକ୍ଳ ପ୍ରତିପଦାରେ ସୋମବାର ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ସରିବା ପରେ ପ୍ରଭୁ ଶ୍ରୀରାମଚନ୍ଦ୍ର...

ସରକାରୀ ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ ଛାତ୍ରୀ

ବନ୍ତ, ୨୭।୧୦(ଡି.ଏନ୍‌.ଏ.)-ଭିନ୍ନକ୍ଷମ ପ୍ରମାଣପତ୍ରରେ ତଥ୍ୟଗତ ତ୍ରୁଟି ରହିବା ଯୋଗୁ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ଗ୍ରାମର ସୁରେଶ ଚନ୍ଦ୍ର ଦ୍ୱିବେଦୀଙ୍କ ଝିଅ ବର୍ଷାରାଣୀ(୧୩) ସରକାରୀ...

ତାମିଲନାଡ଼ୁରେ ନିର୍ଯାତନା ଅଭିଯୋଗ ଆଣିଲେ ବରଗଡ଼ର ପ୍ରବାସୀ ଶ୍ରମିକ

ବରଗଡ଼ ଅଫିସ୍‌,୧୪।୫-: ଲକ୍‌ ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି । ଘରକୁ ଫେରିବା ସେମାନଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ି ଥିବାବେଳେ ଭୋକ,...

ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଗୁରୁତର

କୋରେଇ,୧୮ା୯(ସ୍ବ:ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ଧନତ୍ରୀ ଗ୍ରାମରେ ମଙ୍ଗଳବାର ପାରିବାରିକ ଗଣ୍ଡଗୋଳ ଘଟିଛି। ଏଥିରେ ସାନଭାଇର ଠେଙ୍ଗା ମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି।...

ଥାନା ପରିସରରେ ମଦବିରୋଧୀ ମହିଳାଙ୍କ ଧାରଣା

ଆନନ୍ଦପୁର,୨୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଦଧିବାମନପୁରରେ ମଦବିରୋଧୀ ଆନ୍ଦୋଳନକୁ ନେଇ ଉତ୍ତେଜନାମୂଳକ ପରିସ୍ଥିତି ଲାଗିରହିଛି। ଆନନ୍ଦପୁର ପୋଲିସର କାର୍ଯ୍ୟାନୁଷ୍ଠାନ ଶୂନ ଥିବାରୁ ଏହା ଏବେ...

କେନ୍ଦ୍ର, ରାଜ୍ୟ ବିରୋଧରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ ୨୩ରେ ରାଜଧାନୀରେ ପ୍ରତିବାଦ ସଭା

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): କଂଗ୍ରେସ ସଂଗଠନକୁ ଜିଲାସ୍ତରରେ କ୍ରିୟାଶୀଳ କରିବାକୁ ପିସିସି(ପ୍ରଦେଶ କଂଗ୍ରେସ କମିଟି) ତରଫରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ପିସିସି ସଭାପତି ନିରଞ୍ଜନ...

Leave a comment

Your email address will not be published. Required fields are marked *