Posted inଖେଳ

୨୦୨୭ ଫିଫା ମହିଳା ବିଶ୍ୱକପ୍‌: ଏଆଇଏଫ୍‌ଏଫ୍‌ ଯୋଜନାକୁ କ୍ରୀଡ଼ା ମନ୍ତ୍ରଣାଳୟ, ସାଇର ସମର୍ଥନ

ନୂଆଦିଲ୍ଲୀ,୨୫।୫ (ପି.ଟି.): ୨୦୨୭ ଫିଫା ମହିଳା ବିଶ୍ୱକପ୍‌କୁ ଭାରତୀୟ ଦଳ ପଠାଇବା ପାଇଁ ଅଲ୍‌ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ବିଧିବଦ୍ଧ ଭାବେ ଏକ ଯୋଜନା ପ୍ରସ୍ତୁତ କରିଛି। ଏହାକୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଓ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ବିନା ଦ୍ୱିଧାରେ ସମର୍ଥନ ଜଣାଇଛି।
ଏହି ମେଗା ଇଭେଣ୍ଟ ପାଇଁ ଭାରତୀୟ ମହିଳା ଦଳ ଯୋଗ୍ୟତା ହାସଲ କରିବାରେ ସମର୍ଥ ହେବ ବୋଲି ଏଆଇଏଫ୍‌ଏଫ୍‌ ଅଧ୍ୟକ୍ଷ ପ୍ରଫୁଲ୍ଲ ପଟେଲ କହିଛନ୍ତି। ଫିଫା ବିଶ୍ୱକପ୍‌ ପାଇଁ ପୁରୁଷ ଦଳ ଯୋଗ୍ୟତା ହାସଲ କରିବା ପୂର୍ବରୁ ମହିଳା ଦଳ ସଫଳ ହେବ ବୋଲି ସେ କହିଛନ୍ତି। ଯଦିଓ ମହିଳା ଫୁଟବଲକୁ ସେତେଟା ଗୁରୁତ୍ୱ ଦିଆଯାଇନାହିଁ। ବର୍ତ୍ତମାନ ଦେଶରେ ମହିଳା ଫୁଟବଲର ବିକାଶ ପାଇଁ ଫେଡେରେଶନ କାର୍ଯ୍ୟ କରୁଛି ବୋଲି ସେ କହିଛନ୍ତି।
ଏବେକାର ୧୮ ବର୍ଷରୁ କମ୍‌ ଦଳ ପାଇଁ ଆମେ ସମ୍ପୂର୍ଣ୍ଣ ଯୋଜନା ପ୍ରସ୍ତୁତ କରିଛୁ। ଏହାଦ୍ୱାରା ଭାରତୀୟ ମହିଳା ଦଳ ୨୦୨୭ ବିଶ୍ୱକପ୍‌ ପାଇଁ ଯୋଗ୍ୟତା ହାସଲ କରିପାରିବ ବୋଲି ସେ କହିଛନ୍ତି। ଆମର ଏହି ଯୋଜନାକୁ କ୍ରୀଡ଼ା ମନ୍ତ୍ରଣାଳୟ ଓ ସାଇ ସମର୍ଥନ କରିଛନ୍ତି। ଏଥିପାଇଁ ଆମେ କୃତଜ୍ଞ ବୋଲି ଏଆଇଏଫ୍‌ଏଫ୍‌ ସାଧାରଣ ସମ୍ପାଦକ କୁଶଲ ଦାସ କହିଛନ୍ତି। ୨୦୨୭ ବିଶ୍ୱକପ୍‌ ପାଇଁ ଭାରତୀୟ ମହିଳା ଦଳ ଯୋଗ୍ୟତା ହାସଲ କରିବାରେ ସମର୍ଥ ହେବ ବୋଲି ଗତ ଡିସେମ୍ବରରେ ପଟେଲ କହିଥିଲେ। ତେବେ ଏଥିପାଇଁ ଏକ ସ୍ବତନ୍ତ୍ର ରୋଡମ୍ୟାପ ପ୍ରସ୍ତୁତ କରିବା ଉପରେ କାର୍ଯ୍ୟକରିବାକୁ ଏଆଇଏଫ୍‌ଏଫ୍‌କୁ ମନ୍ତ୍ରଣାଳୟ ପରାମର୍ଶ ଦେଇଛି।
୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଭାରତରେ ଆସନ୍ତାବର୍ଷ ଅକ୍ଟୋବର ୧୧ରୁ ୩୦ ତାରିଖ ମଧ୍ୟରେ ଆୟୋଜନ ହେବ ବୋଲି ଫିଫା କାଉନସିଲ ଗତ ଗୁରୁବାର କହିଥିଲା। ଭାରତ ଗତବର୍ଷ ଏହି ମେଗା ଇଭେଣ୍ଟ ଆୟୋଜନ କରିବାର କାର୍ଯ୍ୟକ୍ରମ ଥିଲା। ତେବେ କୋଭିଡ୍‌-୧୯ କାରଣରୁ ଏହାକୁ ୨୦୨୧କୁ ଘୁଞ୍ଚାଇ ଦିଆଯାଇଥିଲା। ଭାରତ ମଧ୍ୟ ୨୦୨୨ରେ ଏଏଫ୍‌ସି ମହିଳା ଏସିଆନ କପ୍‌ ଆୟୋଜନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଦୁଇଟି ମେଗା ଇଭେଣ୍ଟ ସଫଳତାର ସହ ଆୟୋଜନ ହେଲେ ଏହା ଭାରତୀୟ ମହିଳା ଫୁଟବଲକୁ ଆହୁରି ଆଗକୁ ନେବାରେ ସହାୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri