Posted inଖେଳ

କାତାରରେ ୨୦୩୦ ଏସିଆନ ଗେମ୍ସ

ମସ୍କଟ(ଓମାନ), ୧୭।୧୨(ଏପି)- କାତାରର ଦୋହାକୁ ୨୦୩୦ ଏସିଆନ ଗେମ୍ସ ଆୟୋଜନ ଅଧିକାର ମିଳିଛି। ୨୦୩୪ ଇଭେଣ୍ଟ ସାଉଦି ଆରବର ରିୟାଧରେ ହେବ ବୋଲି ବୁଧବାର ଘୋଷଣା କରାଯାଇଛି। ଅଲିମ୍ପିକ୍‌ କାଉନ୍ସିଲ ଅଫ୍‌ ଏସିଆର ବାର୍ଷିକ ଅଧିବେଶନ ଅବସରରେ ୨୦୩୦ ଗେମ୍ସ ପାଇଁ ହୋଇଥିବା ଭୋଟିଂରେ ଦୋହା ପ୍ରତିଦ୍ୱନ୍ଦ୍ୱୀ ରିୟାଧକୁ ପରାସ୍ତ କରିଥିଲା। ସାଉଦି ଆରବ ଏବଂ କାତାର ମଧ୍ୟରେ ରାଜନୈତିକ ବିବାଦ ଥିବାରୁ ଭୋଟିଂର ଆବଶ୍ୟକ ପଡ଼ିଥିଲା। ୨୦୧୭ରୁ କାତାରକୁ ବେପାର ବଣିଜ ଏବଂ ଭ୍ରମଣକୁ ବାସନ୍ଦ କରିଥିବା ୪ ରାଷ୍ଟ୍ର ମଧ୍ୟରୁ ସାଉଦିଆରବ ଅନ୍ୟତମ। ତେବେ ନିକଟରେ ଏହି ଉଭୟ ଦେଶ ମଧ୍ୟରେ ବିବାଦର ସମାଧାନ ହେବାନେଇ ସୂଚନା ମିଳିଛି। ଭୋଟିଂରେ ପରାସ୍ତ ହୋଇଥିବା ରିୟାଧକୁ ୨୦୩୪ ଗେମ୍ସ ଆୟୋଜନ ପାଇଁ ଅଧିକାର ଦିଆଯାଇଛି। ପ୍ରକାଶ ଯୋଗ୍ୟ ଯେ, କାତାରକୁ ୨୦୨୨ ଫିଫା ବିଶ୍ୱକପ ଆୟୋଜନ ଅଧିକାର ମଧ୍ୟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପରମ୍ପରା କାହିଁକି ଭାଙ୍ଗିଲେ ଜୟ ଶାହା? ସେ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ ସର୍ବସାଧାରଣରେ ହାତ ମିଳାଇଲେ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ଉଭୟ ଦେଶର ଖେଳାଳିମାନେ କ୍ରିକେଟ ପଡ଼ିଆରେ ହାତ ମିଳାନ୍ତି ନାହିଁ। ପାକିସ୍ତାନ ଲଗାତାର…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri