ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୨,୫୦୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୪ ଏବଂ ସମ୍ବଲପୁରରୁ ୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ପୁରୀରୁ ୧୫, କଟକ ୧୪, ବଲାଙ୍ଗୀର ୧୦, କଳାହାଣ୍ଡି ୯, ବାଲେଶ୍ୱର ୭, କେନ୍ଦ୍ରାପଡ଼ା ୬, ବରଗଡ଼ ୫, ନୟାଗଡ଼ ୫, ଦେବଗଡ଼ ୪, ନବରଙ୍ଗପୁର ୪, ଜଗତସିଂହପୁର ୩, ସୋନପୁର ୩, ଗଞ୍ଜାମ, ଯାଜପୁର, ମୟୂରଭଞ୍ଜ ଏବଂ ନୂଆପଡ଼ାରୁ ୨ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧୨।