୧୧୫ ପୌରାଞ୍ଚଳରେ ଖୋଲିବ ୨୦୫୫ ୱାର୍ଡ କାର୍ଯ୍ୟାଳୟ

ଭୁବେନଶ୍ବର,୩ା୧୨(ବ୍ୟୁରୋ): ରାଜ୍ୟର ୧୧୫ ପୌରାଞ୍ଚଳର ସମସ୍ତ ୨୦୫୫ ୱାର୍ଡରେ ମୌଳିକ ସୁବିଧାକୁ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଆସନ୍ତା ଜାନୁଆରୀ ୨୬ରୁ ଏହି ୱାର୍ଡ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ କରିବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ସେହିପରି ୨୦୨୩-୨୪ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ଫ୍ଲାଗଶିପ୍‌ କାର୍ଯ୍ୟକ୍ରମ ‘ମୁକ୍ତା’ ଅଧୀନରେ ୱାର୍ଡୱାରୀ ବାର୍ଷିକ ଆକ୍ସନ ପ୍ଲାନ ପ୍ରସ୍ତୁତି ଉପରେ ଗୁରୁତ୍ୱ ଦିଆଯାଇଛି। ବିଭାଗୀୟ ପ୍ରମୁଖ ସଚିବ ଜି. ମାଥିଭାଥନନ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ହୋଇଛି।
୧୧୫ ପୌରାଞ୍ଚଳର ସମସ୍ତ ୨୦୫୫ ୱାର୍ଡରେ ମୌଳିକ ସୁବିଧାକୁ ଗୁରୁତ୍ୱ ଦିଆଯିବ। କାର୍ଯ୍ୟାରମ୍ଭ ପୂର୍ବରୁ ପୌରାଞ୍ଚଳୱାରୀ ଆକ୍ସନପ୍ଲାନଗୁଡ଼ିକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିବେ। ଆସନ୍ତା ୧୫ ତାରିଖ ସୁଦ୍ଧା ୨୦୨୩-୨୪ ପାଇଁ ଆକ୍ସନ ପ୍ଲାନ ବିଭାଗକୁ ପଠାଇବାକୁ କୁହାଯାଇଛି। କୌଣସି ୱାର୍ଡ ଏଥିରୁ ବାଦ୍‌ ନ ପଡ଼ିବା ନେଇ ପ୍ରମୁଖ ସଚିବ ନିର୍ଦ୍ଦେଶ ଦେଇଥିଲେ। ୧୧୫ ପୌରାଞ୍ଚଳରେ ୨୦୫୫ ମୁକ୍ତାକାଶ ବ୍ୟାୟାମଶାଳା (ଓପନ୍‌ ଏୟାର ଜିମ୍‌) ଏବଂ ୨୦୫୫ ଶିଶୁ ଖେଳ କେନ୍ଦ୍ର (ଚାଇଲ୍ଡ ପ୍ଲେ ଷ୍ଟେଶନ) ପ୍ରତିଷ୍ଠା କରାଯିବ। ଉପଯୁକ୍ତ ପ୍ରକଳ୍ପ ଏବଂ ସମ୍ଭାବ୍ୟ ମିଶନ୍‌ ଶକ୍ତି ଗ୍ରୁପ୍‌/ଏସ୍‌ଡିଏକୁ କାର୍ଯ୍ୟକାରୀ ସଂସ୍ଥା ଭାବେ ମନୋନୟନ କରିବାରେ ୱାର୍ଡସ୍ତରୀୟ ଓ ପୌରାଞ୍ଚଳସ୍ତରୀୟ କମିଟିଗୁଡ଼ିକ ସକ୍ରିୟ ଭୂମିକା ଗ୍ରହଣ କରିବେ। ମିଶନ ଶକ୍ତି ଗ୍ରୁପ ଏବଂ ଏସ୍‌ଡିଏ ସମ୍ପୃକ୍ତିରେ ‘ମୁକ୍ତା’ ଅଧୀନରେ ସବୁ ପ୍ରକଳ୍ପ କାର୍ଯ୍ୟ କରିବ। ସେହିପରି ନଗର ଭିତ୍ତିଭୂମି ଅଧୀନରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମଞ୍ଜୁର ହୋଇଥିବା ସମସ୍ତ ପ୍ରକଳ୍ପର କାର୍ଯ୍ୟ ଆସନ୍ତା ୨୦୨୩ ମାର୍ଚ୍ଚ ସୁଦ୍ଧା ଶେଷ ହେବା ଦରକାର ବୋଲି କୁହାଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୌର ପ୍ରଶାସନର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ, ଓଏସ୍‌ଡି ସଞ୍ଜୟ ପାରମାଣିକ, ଅତିରିକ୍ତ ସଚିବ ପ୍ରଭାତ ମହାପାତ୍ର ଏବଂ ‘ସୁଡା’ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?