ଗିରଫ ଡାକ୍ତରଙ୍କ ଶୌଚାଳୟରୁ ମିଳିଲା ୨୦,୫୫୮ ଡଲାର

ଭୁବନେଶ୍ୱର (ସୂର୍ଯ୍ୟକାନ୍ତ ବେହେରା)/ ପାରାଦୀପ,(ଶରତ ରାଉତ)/ ସିମୁଳିଆ, ୧୩।୧୦ (ସନ୍ତୋଷ ନାୟକ) : ପୋର୍ଟ ହେଲ୍‌ଥ ମେଡିକାଲ କ୍ଲିୟରାନ୍ସ ପ୍ରଦାନ ପାଇଁ ଜାହାଜ କ୍ରିଉ ମେମ୍ବର (ନାବିକ)ଙ୍କଠାରୁ ୫୪ ହଜାର ଲାଞ୍ଚ ନେବାବେଳେ ଗିରଫ ହୋଇଥିବା ପାରାଦୀପ ବନ୍ଦରସ୍ଥିତ ପୋର୍ଟ ହେଲ୍‌ଥ ଅର୍ଗାନାଇଜେଶନ(ପିଏଚ୍‌ଓ)ର ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କୁ ଶୁକ୍ରବାର ସିବିଆଇ ଘନଘନ ଜେରା କରିଛି। ତାଙ୍କ ବିରୋଧରେ ଏକ ମାମଲା ପରେ ମାମଲା ନଂ.ଆର୍‌ସି୧୦ଏ/୨୩, ଡିକେ ରୁଜୁ କରାଯାଇଛି। ତେବେ ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜେରା ଭିତରେ ସିବିଆଇ ଅଧିକାରୀମାନେ ତାଙ୍କର ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ସହ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଛନ୍ତି। ଏହି ଆଧାରରେ ସିବିଆଇ ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି। ପାରାଦୀପ ଭୂୟାଁ ଛକରେ ଥିବା ଡା. ପାଣିଗ୍ରାହୀଙ୍କ ଅଫିସ ସମେତ ବାଲେଶ୍ୱର ଓ କଟକରେ ଥିବା ଘରେ ସିବିଆଇ ଚଢ଼ାଉ କରି ଖଟତଳ, ଟେବୁଲ ଡ୍ରୟାର ମଧ୍ୟରୁ ନଗଦ ୧୭ ଲକ୍ଷ ଟଙ୍କା ଓ ଶୌଚାଳୟରୁ ୨୦ ହଜାର ୫୫୮ ଆମେରିକୀୟ ଡଲାର, ଓଡିଶା ଓ ହାଇଦ୍ରାବାଦରେ ଥିବା ୫ଟି ସମ୍ପତ୍ତିର କାଗଜପତ୍ର ଏବଂ କମ୍ପ୍ୟୁଟର ହାର୍ଡଡିସ୍କକୁ ସିବିଆଇ ଅଧିକାରୀମାନେ ଜବତକରି ନେଇଛନ୍ତି। ସେହିପରି ପାରାଦୀପର ଦୁଇଟି ଘରୁ ଲକ୍ଷ ଲକ୍ଷ ଟଙ୍କାର ଦାମୀ ବିଦେଶୀ ମଦ ଓ ସିଗାରେଟ ମିଳିଥିବା ସୂଚନା ମିଳିଛି। ପରେ ଡା. ପାଣିଗ୍ରାହୀଙ୍କୁ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର କରାଯାଇଥିଲା। ତେବେ ଏହା ପୂର୍ବରୁ ସିବିଆଇ ଟିମ୍‌ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ନେଇଥିଲା। ଏହି ସମୟରେ ସେ କୌଣସି ଲାଞ୍ଚ ନେଇନାହାନ୍ତି, ତାଙ୍କୁ ଫସାଇ ଦିଆଯାଇଥିବା ଗଣମାଧ୍ୟମ ଆଗରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri