Posted inଜାତୀୟ

ଏନ୍‌କାଉଣ୍ଟରରେ ୨୦୬ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି: ଏବେ ବି ଲଞ୍ଚ୍‌ପ୍ୟାଡ୍‌ରେ ୪୦୦ ଆତଙ୍କବାଦୀ

ଶ୍ରୀନଗର,୩୦।୧୨: ଜମ୍ମୁ-କଶ୍ମୀରରେ ବୁଧବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗରର ପରିମ୍ପୋରାରେ ମଙ୍ଗଳବାର ରାତ୍ରରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଥିଲା। ସେମାନଙ୍କ ପାକ୍ଷରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆତଙ୍କବାଦ ବିରୋଧୀ ଲଢ଼େଇରେ ମିଳିତ ସୁରକ୍ଷାକର୍ମୀଙ୍କୁ ଚଳିତ ୨୦୨୦ ବର୍ଷର ବର୍ତ୍ତମାନ ସୁଦ୍ଧା ସଫଳତା ମିଳିଛି। ଚଳିତ ବର୍ଷ ସର୍ଚ୍ଚ ଅପରେଶନ୍‌ ସମୟରେ ଏନ୍‌କାଉଣ୍ଟରରେ ବର୍ତ୍ତମାନ ସୁଦ୍ଧା ୨୦୬ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିିଛି। ସେହିପରି ୪୯ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସେହିପରି ଆତଙ୍କବାଦୀଙ୍କ ଲାଗି ପ୍ରଣୟନ କରାଯାଇଥିବା ନୂଆ ଯୋଜନା ବେଶ ସଫଳ ରହିଛି। ଏହି ଯୋଜନା ଅନ୍ତର୍ଗତ ୯ ଆତଙ୍କବାଦୀ ଆତ୍ମ ସମର୍ପଣ କରିଛନ୍ତି। ସେହିପରି ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦ ବିରୋଧୀ ଅଭିଯାନ ସମୟରେ ଫଥରଫିଙ୍ଗା ଘଟଣା କମିଛି। ପାକିସ୍ତାନୀ ଲଞ୍ଚ୍‌ ପ୍ୟାଡ୍‌ରେ ସମ୍ପ୍ରତି ୪୦୦ରୁ ଅଧିକ ତାଲିମ ପ୍ରାପ୍ତ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ହୋଇ ରହିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୯ରେ ୯୨୨ ପଥରଫିଙ୍ଗା ଘଟଣା ଘଟିଥିବାବେଳେ ଚଳିତ ବର୍ଷ ଏହା କମି ୧୬୦ରେ ପହଞ୍ଚିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri