Posted inଜାତୀୟ

ଏନ୍‌କାଉଣ୍ଟରରେ ୨୦୬ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି: ଏବେ ବି ଲଞ୍ଚ୍‌ପ୍ୟାଡ୍‌ରେ ୪୦୦ ଆତଙ୍କବାଦୀ

ଶ୍ରୀନଗର,୩୦।୧୨: ଜମ୍ମୁ-କଶ୍ମୀରରେ ବୁଧବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗରର ପରିମ୍ପୋରାରେ ମଙ୍ଗଳବାର ରାତ୍ରରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଥିଲା। ସେମାନଙ୍କ ପାକ୍ଷରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆତଙ୍କବାଦ ବିରୋଧୀ ଲଢ଼େଇରେ ମିଳିତ ସୁରକ୍ଷାକର୍ମୀଙ୍କୁ ଚଳିତ ୨୦୨୦ ବର୍ଷର ବର୍ତ୍ତମାନ ସୁଦ୍ଧା ସଫଳତା ମିଳିଛି। ଚଳିତ ବର୍ଷ ସର୍ଚ୍ଚ ଅପରେଶନ୍‌ ସମୟରେ ଏନ୍‌କାଉଣ୍ଟରରେ ବର୍ତ୍ତମାନ ସୁଦ୍ଧା ୨୦୬ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିିଛି। ସେହିପରି ୪୯ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସେହିପରି ଆତଙ୍କବାଦୀଙ୍କ ଲାଗି ପ୍ରଣୟନ କରାଯାଇଥିବା ନୂଆ ଯୋଜନା ବେଶ ସଫଳ ରହିଛି। ଏହି ଯୋଜନା ଅନ୍ତର୍ଗତ ୯ ଆତଙ୍କବାଦୀ ଆତ୍ମ ସମର୍ପଣ କରିଛନ୍ତି। ସେହିପରି ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦ ବିରୋଧୀ ଅଭିଯାନ ସମୟରେ ଫଥରଫିଙ୍ଗା ଘଟଣା କମିଛି। ପାକିସ୍ତାନୀ ଲଞ୍ଚ୍‌ ପ୍ୟାଡ୍‌ରେ ସମ୍ପ୍ରତି ୪୦୦ରୁ ଅଧିକ ତାଲିମ ପ୍ରାପ୍ତ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ହୋଇ ରହିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୯ରେ ୯୨୨ ପଥରଫିଙ୍ଗା ଘଟଣା ଘଟିଥିବାବେଳେ ଚଳିତ ବର୍ଷ ଏହା କମି ୧୬୦ରେ ପହଞ୍ଚିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri