ପଣ୍ୟ ବୋଝେଇରୁ ୨୦,୬୩୫ କୋଟି ଆୟ

ଭୁବନେଶ୍ୱର,୭।୨: ଭାରତୀୟ ରେଲଓ୍ବେର ଏକ ପ୍ରମୁଖ ଜୋନ ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷ (୨୦୨୨-୨୩)ର ଶେଷ ପୂର୍ବରୁ ରେଳ ମନ୍ତ୍ରଣାଳୟର ଲକ୍ଷ୍ୟ ଧାର୍ଯ୍ୟ ପୂରଣ ସହ ପଣ୍ୟ ବୋଝେଇରେ ଏକ ନୂତନ ରେକର୍ଡ ହାସଲ କରିଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ୩୧୦ ଦିନ ମଧ୍ୟରେ ପୂର୍ବତଟ ରେଳପଥ ୨୦୦.୪୩ ନିୟୁତ ଟନ୍‌ ପଣ୍ୟ ବୋଝେଇ କରି ଏହି ସଫଳତା ହାସଲ କରିଛି। ବିଶେଷ କରି ଉକ୍ତ ଆକଳନ ହାସଲ କରିବାକୁ ପୂର୍ବତଟ ରେଳପଥ ୨୦୨୧-୨୨ ଆର୍ଥିକ ବର୍ଷରେ ୩୨୦ଦିନ ସମୟ ଲାଗିଥିବାବେଳେ ୨୦୨୦-୨୧ ରେ ୩୬୦ ଦିନ ଏବଂ ୨୦୧୯-୨୦ ଆର୍ଥିକ ବର୍ଷରେ ୩୬୬ ଦିନ ସମୟ ନେଇଥିଲା। ସେହିଭଳି ଏହି ସମୟ ମଧ୍ୟରେ ପଣ୍ୟ ବୋଝେଇରୁ ଆୟ ବାବଦରେ ପୂର୍ବତଟ ରେଳପଥ ପ୍ରାୟ ୨୦,୬୩୫ କୋଟି ଟଙ୍କା ଆୟ କରିଛି, ଯାହା ଗତ ଆର୍ଥିକ ବର୍ଷର ୧୯,୨୦୪ କୋଟି ଟଙ୍କା ତୁଳନାରେ ୭.୫% ବୃଦ୍ଧି ଘଟିଛି। ଅପରପକ୍ଷରେ ପଣ୍ୟ ବୋଝେଇ ଏବଂ ଟ୍ରେନ୍‌ ଚଳାଚଳ କ୍ଷେତ୍ରରେ ଅନେକ ପ୍ରତିବନ୍ଧକ ଏବଂ ପ୍ରତିକୂଳ ପ୍ରଭାବ ସତ୍ତ୍ୱେ ପୂର୍ବତଟ ରେଳପଥ ଉକ୍ତ ମାଇଲଖୁଣ୍ଟ ହାସଲ କରିଛି, ରେଳ ମନ୍ତ୍ରଣାଳୟର ଅଭିନବ ପଦକ୍ଷେପ ଏବଂ ପ୍ରମୁଖ ହସ୍ତକ୍ଷେପ ଉପରେ ଧ୍ୟାନ ଦେଇ ୨୦୦ ନିୟୁତ ଟନ୍‌ ପଣ୍ୟ ବୋଝେଇକୁ ଅତିକ୍ରମ ହାସଲ କରାଯାଇଛି। ଯାହା ଏହାକୁ ଫାଷ୍ଟ-ଟ୍ରାକରେ ପହଞ୍ଚାଇବାରେ ସାହାଯ୍ୟ କରିଛି, ଏହି ସମୟ ମଧ୍ୟରେ ଖୋର୍ଦ୍ଧା ରୋଡ୍‌ ରେଳମଣ୍ଡଳ ୧୨୯.୯୩ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିବା ବେଳେ ୱାଲଟିୟର ରେଳ ମଣ୍ଡଳ ୫୭.୦୩ ନିୟୁତ ଟନ୍‌ ଏବଂ ସମ୍ବଲପୁର ରେଳମଣ୍ଡଳ ୧୩.୪୭ ନିୟୁତ ଟନ୍‌ ମାଲ ପରିବହନ କରିଛି। ଏ ସମ୍ପର୍କରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା କହିଛନ୍ତି ଏହି ସଫଳତା ପାଇଁ ଏହାର ତିନିଟି ରେଳ ମଣ୍ଡଳ ଓ ପରିଶ୍ରମୀ ତଥା ଉତ୍ସର୍ଗୀକୃତ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଶ୍ରେୟ ଦେଇଛନ୍ତି। ଏହା ସହିତ ସେ ରେଳପଥର ସହଭାଗୀ କୋଲିୟାରୀ, ବନ୍ଦର, ଇସ୍ପାତ କାରଖାନା, ସିମେଣ୍ଟ, ଆଲୁମିନା ପ୍ଲାଣ୍ଟ, ପେଟ୍ରୋଲିୟମ କମ୍ପାନୀ ଏବଂ ଖାଦ୍ୟ ନିଗମ ସମେତ ସମସ୍ତ ହିତାଧିକାରୀଙ୍କ ଉଦ୍ୟମ ଏବଂ ସହଯୋଗ ଯୋଗୁ ଉକ୍ତ ସଫଳତା ମିଳିପାରିଛି ବୋଲି ଶର୍ମା ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri