୨ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଓଡ଼ିଶାରେ ଏବେବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ରହିଛି। ଆଉ କୌଣସି ନୂଆ ପଜିଟିଭ୍‌ ଚିହ୍ନଟ ହୋଇନାହିଁ। ବୁଧବାର ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୧୨୯ଟି ନମୁନାର ରିପୋର୍ଟ ହସ୍ତଗତ ହୋଇଥିବାବେଳେ ୪ ରିପୋର୍ଟ ମିଳିପାରିନି। ତେବେ ଓଡ଼ିଶାରେ ସଂକ୍ରମଣ ଚିହ୍ନଟ ହୋଇଥିବା ୨ଜଣ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଉଭୟ ହସ୍ପିଟାଲ୍‌ରେ ଦିଆଯାଉଥିବା ଖାଦ୍ୟ ଖାଉଛନ୍ତି। ରୋଗୀଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୫ ଜଣ ଆସିଥିବା ତଥ୍ୟ ମିଳିଛି। ସେମାନଙ୍କ ମଧ୍ୟରୁ ୩୬ଜଣଙ୍କୁ ହସ୍ପିଟାଲରେ ଆଇସୋଲେଶନରେ ରଖାଯାଇଥିବାବେଳେ ଅନ୍ୟମାନଙ୍କ ସହ ଯୋଗାଯୋଗ ହୋଇଛି। ଭୁବନେଶ୍ୱରରେ ୧୦ ଓ ସାରା ରାଜ୍ୟରେ ୧୦୦ ମନିଟରିଂ ଟିମ୍‌ ଏଥିପାଇଁ କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ୪୦୧୫ଜଣ ୧୦୪ ହେଲ୍ପଲାଇନ୍‌ ଓ ପୋର୍ଟାଲ୍‌ ଜରିଆରେ ପଞ୍ଜୀକରଣ କରିଛନ୍ତି ବୋଲି ବୁଧବାର କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


All Right Reserved By Dharitri.Com

ସବୁ ବ୍ଲକ, ସବ୍‌ଡିଭିଜନରେ ମିଳିବ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ରାଜ୍ୟର ସବୁ ବ୍ଲକ ଏବଂ ସବ୍‌ଡିଭିଜନ ସ୍ତରରେ ଖୋଲିବ ଅସ୍ଥାୟୀ ଲର୍ନିଂ ଲାଇସେନ୍ସ କ୍ୟାମ୍ପ। ସେଠାରେ ଗାଡ଼ିଗୁଡ଼ିକ ପାଇଁ ପ୍ରଦୂଷଣ ସାର୍ଟିଫିକେଟ୍‌ ଦିଆଯିବାର ବ୍ୟବସ୍ଥା ହେବ...

ପ୍ରେମିକ ଗିରଫ: ଲୁଟ୍‌ ଟଙ୍କାରେ ପ୍ରେମିକାଙ୍କୁ ଦେଉଥିଲେ ଦାମୀ ଉପହାର

କେନ୍ଦ୍ରାପଡ଼ା ଅଫିସ୍‌, ୧୩ା୬: ଚୋରି, ଡକାୟତି ଟଙ୍କାରେ ପ୍ରେମିକାଙ୍କୁ ଉପହାର ଦେବା ଭଳି ବହୁ ଘଟଣା ଟିଭି ସିରିଏଲ ଓ ସୋସିଆଲ ମିଡିଆରେ ଦେଖିବାକୁ ମିଳେ।...

ସିବିଏସ୍‌ଇ ବୋର୍ଡ ପରୀକ୍ଷା ଫି ବୃଦ୍ଧି ପ୍ରସଙ୍ଗ: ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ବିରୋଧ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫି ବୃଦ୍ଧି କରିଛନ୍ତି। ହଠାତ୍‌ ଏପରି ପରୀକ୍ଷା...

କପଡ଼ା ଘେର ଭିତରେ ଉତ୍କଳମଣି

ପୁରୀ ଅଫିସ,୧୫।୯: କିଛିଦିନ ତଳେ ମେଘନାଦ ପାଚେରି କଡରୁ ସମସ୍ତ ନିର୍ମାଣକୁ ପ୍ରଶାସନ ଉଚ୍ଛେଦ କରିଥିଲା। ତେବେ ଏହି ଉଚ୍ଛେଦ ବେଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ...

ଶିଶୁକନ୍ୟା ବଳାତ୍କାର ଅଭିଯୋଗ: ବୃଦ୍ଧଙ୍କୁ ଜେଲ

ଖଣ୍ଡପଡ଼ା,୨୧ା୯(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା କଣ୍ଟିଲୋ ଫାଣ୍ଡି ଅଞ୍ଚଳର ଏକ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ...

ଚନ୍ଦନେଶ୍ୱରରେ ବଙ୍ଗୀୟ ମହିଳାଙ୍କୁ ବଳାତ୍କାର

ଭୋଗରାଇ, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ୍‌ ଥାନା ଅଧୀନ ଚନ୍ଦନେଶ୍ୱରସ୍ଥିତ ଏକ ହୋଟେଲରେ ଜଣେ ବଙ୍ଗୀୟ ମହିଳାଙ୍କୁ ରବିବାର ରାତିରେ ବଳାତ୍କାର କରାଯାଇଛି। ଏହି...

କଟକ ସହରରେ ହୃଦୟ ବିଦାରକ ଦୃଶ୍ୟ: ମୃତ ଶିଶୁକୁ ଧରି ଗୋଟିଏ ଦିନ ବୁଲିଲେ ମା’

କଟକ ଅଫିସ, ୧୮ା୭: କଥାରେ ଅଛି ମା’ କୋଳରୁ ଛୁଆକୁ ବାଘ ବି ଝାମ୍ପିନେବା ସହଜ ନୁହେଁ। ତା’ର ଏକ ପ୍ରମାଣ ବୁଧବାର କଟକ ସହରରେ...

ଦଶହରାରେ ୧୯ ଯୋଡ଼ା ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଦଶହରାରେ ଟ୍ରେନରେ ଯାତ୍ରୀ ଭିଡ଼କୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ ସହ ନିୟମିତ ଟ୍ରେନରେ ଅତିରିକ୍ତ ବଗି ସଂଯୋଗ...

Leave a comment

Your email address will not be published. Required fields are marked *