ଓଡ଼ିଶା ଫେରିଲେ ଆନ୍ଧ୍ରରେ ଫସିଥିବା ୪୫ ବିଇଡି ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ଓଡ଼ିଶାରୁ ବିଇଡି ପରୀକ୍ଷା ଦେବା ପାଇଁ ଆସି ଆନ୍ଧ୍ରପ୍ରଦେଶରେ ପ୍ରାୟ ୪୫ଜଣ ଓଡ଼ିଆ ଛାତ୍ରୀଛାତ୍ର ଫସିଥିଲେ। ଏହି ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ନିର୍ଦ୍ଦେଶକ୍ରମେ ସୁବିଧାରେ ଓଡ଼ିଶା ଫେରାଇ ଦିଆଯାଇଛି। ଆନ୍ଧ୍ରପ୍ରଦେଶର ପ୍ରକାଶସମ୍‌ ଜିଲା ମିର୍ଜାପୁରମ୍‌କୁ ବିଇଡି ପରୀକ୍ଷା ଦେବା ଲାଗି ଓଡ଼ିଶାରୁ ୧୫୦ଜଣ ଛାତ୍ରୀଛାତ୍ର ଆସିଥିଲେ। ସେମାନଙ୍କ ମଧ୍ୟରେ ଗତ ୧୯ତାରିଖରେ ୧୦୫ଜଣ ରାଜ୍ୟକୁ ଫେରି ଆସିଥିବାବେଳେ ୪୫ଜଣ ରହିଯାଇଥିଲେ। କରୋନା ସଂକ୍ରମଣ ଯୋଗୁ ସାରା ରାଜ୍ୟ ଲକ୍‌ ଡାଉନ ହେବାପରେ ଛାତ୍ରୀଛାତ୍ରମାନେ ସେଠାରେ ଫସିଯାଇଥିଲେ। ଏନେଇ ପିଲାମାନଙ୍କ ଅଭିଭାବକମାନେ ଆନ୍ଧ୍ର ରାଜ୍ୟପାଳଙ୍କୁ ଅନୁରୋଧ କରିବାପରେ ହରିଚନ୍ଦନ ତୁରନ୍ତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସରକାର ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ଏକ ବସ୍‌ କରି ପିଲାମାନଙ୍କୁ ଓଡ଼ିଶା ଫେରାଇ ଆଣିଛନ୍ତି।


All Right Reserved By Dharitri.Com

ନୂଆ ପରିଚୟ ପାଇଲେ ଶ୍ରାବଣୀ: ପୁରୀ ରେଳଷ୍ଟେଶନରୁ ୟୁରୋପ

କଣାସ,୨୫-୯(ସ୍ବ.ପ୍ର.):ସେବେ ରୋଗିଣା ମା’ଙ୍କ ପାଖରେ ବସି ରେଳ ଷ୍ଟେଶନରେ ଲୁହ ଗଡ଼ାଉଥିଲେ। ଏବେ ୟୁରୋପ ଦମ୍ପତିଙ୍କ ଏକମାତ୍ର ଅଲିଅଳି କନ୍ୟା। ଏଭଳି ନୂଆ ପରିଚୟ ପାଇଥିବା...

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରୁ ବୃଷଭ ମୂର୍ତ୍ତି ଗାଏବ ପ୍ରସଙ୍ଗ: ପୁଣି ସ୍ଥାପନ ପାଇଁ ଗଣାଯାଉଛି ଦିନ

ପୁରୁଣା ଭୁବନେଶ୍ୱର,୭ା୯(ଡି.ଏନ.ଏ.): ଐତିହ୍ୟ ସ୍ଥଳଗୁଡିକରେ ଥିବା ପୁରାତନ କୀର୍ତ୍ତିରାଜିଗୁଡ଼ିକର ଅବକ୍ଷୟ ହେଉଛି। ଏଭଳି ଏକ ଘଟଣା ମାସକ ତଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଥିଲା, ଯାହାକୁ ଅଦ୍ୟାବଧି...

କଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳା

ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ୍‌ ମନୋରମ। ବିଶେଷ କରି ଶୀତ ରୁତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଗୁଡ଼ିକରେ ପ୍ରକୃତିରାଣୀର...

ନାବାଳିକାଙ୍କୁ ତିନିଦିନ ଧରି ଗଣବଳାତ୍କାର

ଗୋପ,୯।୭(ଡି.ଏନ୍‌.ଏ.): ଗୋପ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତିନିଜଣ ଯୁବକ ଗୋଟିଏ ଘରେ ରଖି ଗଣବଳାତ୍କାର କରିଥିବା ଘଟଣା ଏବେ ପଦାକୁ ଆସିଛି। ପ୍ରାୟ ମାସେ...

୧୦ ଜିଲାରେ ହେବ ଇ-ଆଇସିୟୁ ବ୍ୟବସ୍ଥା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିବା ନିମନ୍ତେ ରାଜ୍ୟ ସରକାର ଇ-ଆଇସିୟୁ ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଜିଲାସ୍ତରୀୟ ମୁଖ୍ୟ ଚିକିତ୍ସାଳୟରେ ପ୍ରତିଷ୍ଠିତ ଆଇସିୟୁଗୁଡ଼ିକୁ ଏହା ମାଧ୍ୟମରେ...

ମନ୍ତ୍ରୀ ପରିଷଦ ବୈଠକ: ତୃଣମୂଳସ୍ତରକୁ ଯାଇ ଲୋକଙ୍କ ସମସ୍ୟା ବୁଝିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଲୋକଙ୍କ ନିକଟତର ହୁଅ। ସେମାନଙ୍କ ସମସ୍ୟା ବୁଝି ବ୍ୟକ୍ତିଗତସ୍ତରରେ ସମାଧନ କରିବା ପାଇଁ ଚେଷ୍ଟାକର। ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଗସ୍ତକରି ନିଜ ବିଭାଗର କାର୍ଯ୍ୟ...

କୋଣାର୍କ-ପୁରୀ ବେଳାଭୂମି ମାର୍ଗରେ ଦୁର୍ଘଟଣା: ଦୁଇ ବସ୍‌ ଧକ୍କାରେ ୮ ଗୁରୁତର, ୯ ଆହତ

କୋଣାର୍କ, ୩୦।୧(ଡି.ଏନ୍‌.ଏ.): କୋଣାର୍କ ଥାନା ଅଧୀନ କୋଣାର୍କ -ପୁରୀ ବେଳାଭୂମି ମାର୍ଗ ରାସ୍ତାରେ ଗୁରୁବାର ଏକ ଟୁରିଷ୍ଟ ବସକୁ ପଛପଟୁ ଯାତ୍ରୀବାହୀ ବସ୍‌ ଧକ୍କା ଦେବା...

ଭାଜପା ରାଜ୍ୟ ସଭାପତି ପଦକୁ ନେଇ ଚର୍ଚ୍ଚା:ଗୋଷ୍ଠୀବାଦ ନା ଯୋଗ୍ୟତାକୁ ଗୁରୁତ୍ୱ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାନୁୟାରୀ ପୂର୍ବରୁ ଶେଷ ହେବ। ବୁଥ୍‌ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ସବୁଠି ଦଳ ନିଜର ନେତୃତ୍ୱ ପରିବର୍ତ୍ତନ...

Leave a comment

Your email address will not be published. Required fields are marked *