ଅର୍ଥ ବ୍ୟବସ୍ଥାକୁ ଲାଗିବ ୯ ଲକ୍ଷ କୋଟିର ଝଟକା

ନୂଆଦିଲ୍ଲୀ,୨୬। ୩: କୋଭିଡ ୧୯ ପାଇଁ ସାରା ଦେଶକୁ ଏବେ ଲକ୍‌ଡାଉନ କରାଯାଇଛି। ଏହା ଦ୍ୱାରା ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି)କୁ ପ୍ରାୟ ୪% ବା ୧୨୦ ବିଲିୟନ ଡଲାର(୯ ଲକ୍ଷ କୋଟି)ର ଝଟକା ଲାଗିବା ନେଇ ଆଶଙ୍କା କରାଯାଉଛି। ଏ ନେଇ ବ୍ରିଟିଶ ବ୍ରୋକରେଜ ବର୍କଲେଜ ପକ୍ଷରୁ ଆକଳନ କରାଯାଇଛି। ଭାରତ ବଜାର ଲାଗି ବିଭିନ୍ନ ଅନ୍ତର୍ଜାତୀୟ ଏଜେନ୍ସି ଏବେ ବିକାଶ ହାର ପୂର୍ବାନୁମାନକୁ କମ୍‌ କରୁଛନ୍ତି। ଏଭଳି ସ୍ଥିତିରେ ସରକାର ସହାୟତା ପ୍ୟାଜେକ ଘୋଷଣା କରିବାର ଆବଶ୍ୟକତା ରହିଛି ବୋଲି ବଜାର ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି। ଏହି ସମୟରେ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ଭାରତର ବିକାଶ ହାର ପୂର୍ବାନୁମାନକୁ ୧.୭% ପଏଣ୍ଟ ହ୍ରାସ କରିବା ସହ ୩.୫% ରଖିଛି।
ଏପ୍ରିଲ ୩ରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ଦ୍ୱିମାସିକ ମୁଦ୍ରାନୀତି ସମୀକ୍ଷା ବୈଠକ(ଏମ୍‌ପିସି) ଅନୁଷ୍ଠିତ ହେବ। ଏଥିରେ ସୁଧହାର ହ୍ରାସ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ଏହାବାଦ ବିତ୍ତୀୟ ନିଅଣ୍ଟ ଧାର୍ଯ୍ୟ ଲକ୍ଷ୍ୟ ପରିବର୍ତ୍ତନ ହୋଇପାରେ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି। ଏହି ସମୟରେ ରିଜର୍ଭ ବ୍ୟାଙ୍କ ୦.୬୫% ସୁଧହାର ହ୍ରାସ ଘୋଷଣା କରିପାରେ। ଏପରିକି ବର୍ଷକ ମଧ୍ୟରେ ୧% ରେପୋ ହ୍ରାସ ହୋଇପାରେ ବୋଲି ବର୍କଲେଜ ଏହାର ରିପୋର୍ଟରେ ପ୍ରକାଶ କରିଛି। ସାରା ଦେଶ ଲକ୍‌ଡାଉନ ହୋଇଯିବା ଫଳରେ ଏହାର ପ୍ରଭାବ ଅର୍ଥ ବ୍ୟବସ୍ଥା ଉପରେ ପଡିଛି। ଦେଶର ପୁଞ୍ଜି ବଜାର ଏବେ ମଧ୍ୟ କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ବୁଧବାର କାରବାରରେ ସେନ୍‌ସେକ୍ସ ୦.୪୭% ନିମ୍ନରେ ରହିଛି। ୩ ସପ୍ତାହରେ ସାରା ଦେଶକୁ ପ୍ରାୟ ୯୦ ବିଲିୟନ କ୍ଷତି ସହିବାକୁ ପଡିବ। ଏହାବାଦ ପୂର୍ବରୁ କିଛି ରାଜ୍ୟ ଲକ୍‌ଡାଉନ ଘୋଷଣା କରିଥିବାରୁ ତତ୍‌ଜନିତ କ୍ଷତିକୁ ମିଶାଇଲେ ମୋଟ କ୍ଷତି ୧୨୦ ବିଲିୟନ ଡଲାର ଛୁଇଁବ ବୋଲି ଆକଳନ କରାଯାଇଛି।
ଅର୍ଥବ୍ୟବସ୍ଥା ଉପରେ ପ୍ରଭାବ କ’ଣ ରହିବ ସେ ନେଇ ସରକାର ଏବେ ଯାଏ ନୀରବ ରହିଥିବା ଘରୋଇ ବ୍ରୋକରେଜ ଫାର୍ମ ଏମ୍‌କେ ପ୍ରକାଶ କରିଛି। ଏ ଦିଗରେ ନୀତି ନିର୍ଦ୍ଧାରକ ଆଗୁଆ ଲଗାଇଥିବା ପୂର୍ବାନୁମାନ ପାଇଁ ଧନ୍ୟବାଦ ପ୍ରଦାନ କରିଛି। ଏହି ଏଜେନ୍ସି କହିଛି ଯେ, ବିମୁଦ୍ରୀକରଣ ଏବଂ ଜିଏସ୍‌ଟି ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା କ୍ଷୁଦ୍ରଶିଳ୍ପ ଏବେ ଯାଏ ଅଣ୍ଟାସଳଖି ଛିଡା ହୋଇନାହିଁ। ସରକାର ପଦକ୍ଷେପ ଗ୍ରହଣ କରିବା ଦ୍ୱାରା ଏହି କ୍ଷେତ୍ରଗୁଡିକର ସମସ୍ୟାକୁ ଲାଘବ କରାଯାଇ ପାରିବ ବୋଲି କୁହାଯାଇଛି। କ୍ଷୁଦ୍ର ବାଣିଜ୍ୟ ଲାଗି ଋଣ ସୁବିଧା, ଋଣ ପୁନର୍ଗଠନ, ନଗଦ ସୁବିଧା, ଟାସ୍କଫୋର୍ସ ସୁବିଧା ଏବଂ ରାଜ୍ୟଗୁଡିକ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯିବାର ଆବଶ୍ୟକତା ରହିଛି। ଏଡେଲଓ୍ବିସ ପକ୍ଷରୁ କୁହାଯାଇଛି ଯେ, ବର୍ତ୍ତମାନର ଅସୁବିଧା ସମୟରେ ଯେଭଳି ପ୍ରସ୍ତୁତିର ଆବଶ୍ୟକତା ରହିଛି ସେ ଦିଗରେ ସରକାର ଠିକ୍‌ ଭାବେ ପଦକ୍ଷେପ ନେଇନାହାନ୍ତି। ଭାରତକୁ ଅଧିକ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି କୁହାଯାଇଛି।


All Right Reserved By Dharitri.Com

ଅଭିନୟରେ ରୁଚି ରଖନ୍ତି ମୋଦି

ନୂଆଦିଲ୍ଲୀ,୧୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ଜଣେ ଟାଣୁଆ ନେତା ଭାବେ ବେଶ୍‌ ପରିଚିତ। ହେଲେ ମୋଦିଙ୍କ ବିଷୟରେ ଅନେକ କଥା ଆଜିବି ଅଜଣା ହୋଇ...

ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ, ଆସିଲା ନୂଆ ନିୟମ

ନୂଆଦିଲ୍ଲୀ, ୨୬।୮: ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ ହୋଇଯାନ୍ତୁ। ଏଣିକି ଧରାପଡିଲେ ମୋଟା ଅଙ୍କରେ ଜରିମାନା ଦେବା ପଡିବ। ଏନେଇ ରେଳ ବିଭାଗ...

କଂଗ୍ରେସ ଏମ୍‌ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୮।୪: ଦେଶର ସବୁଠୁ ଧନୀ ଉଦ୍ୟୋଗପତି ମୁକେଶ ଅମ୍ବାନୀ କଂଗ୍ରେସ ଟିକେଟରେ ଦକ୍ଷିଣ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ମିଲିନ୍ଦ ଦେଓରାଙ୍କୁ ଭୋଟ ଦେବାକୁ ଅପିଲ...

ଆଇଡିବିଆଇର ନୂଆ ବ୍ୟବସ୍ଥା

ଭୁବନେଶ୍ୱର,୨୧।୪: ଆଇଡିବିଆଇ ବ୍ୟାଙ୍କ ପକ୍ଷରୁ ସଞ୍ଚୟ ଖାତା ଖୋଲିବା ପାଇଁ ମୋବାଇଲ ଏବଂ ଓ୍ବେବ ଭିତ୍ତିକ ଇଣ୍ଟରଫେସକୁ ଉନ୍ମୋଚନ କରାଯାଇଛି। ଗ୍ରାହକମାନେ ଆଧାର,କ୍ୟୁ ଆର୍‌ କୋଡ ବ୍ୟବହାର...

୧ ଲକ୍ଷ ଝିଅଙ୍କ ବିବାହ କରାଇବେ ଯୋଗୀ ସରକାର

ଲକ୍ଷ୍ନୌ,୬।୭: ସାମୁହିକ ବିବାହ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଲକ୍ଷେ ଗରିବ ଝିଅଙ୍କ ବିବାହ କରିବାକୁ ସ୍ଥିର କରିଛନ୍ତି। ତେବେ ଏହି ବିବାହକୁ...

ସୋମବାରଠାରୁ ୭ମ ଅର୍ଥନୈତିକ ଜନଗଣନା ଆରମ୍ଭ

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ସୋମବାରଠାରୁ ସାରାଦେଶରେ ୭ମ ଅର୍ଥନୈତିକ ଜନଗଣନା ଆରମ୍ଭ କରିବେ। ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରାରୁ ଏହି ଜନଗଣନା କାର୍ଯ୍ୟ ଆରମ୍ଭ ହେବ। ଦେଶରେ...

‘ଡିସେମ୍ବର ୬ରୁ ରାମମନ୍ଦିର ନିର୍ମାଣ’

ଏଟା,୨୫ା୯(ଆଇଏଏନ୍‌ଏସ୍‌): ଅଯୋଧ୍ୟାରେ ଆସନ୍ତା ଡିସେମ୍ବର ୬ ତାରିଖରୁ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ବୋଲି ମଙ୍ଗଳବାର ଭାଜପା ଏମ୍‌ପି ସାକ୍ଷୀ ମହାରାଜ କହିଛନ୍ତି। ଉତ୍ତରପ୍ରଦେଶର ଉନ୍ନାଓ...

ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କଲେ ଅମିତ ଶାହ, ଆସିଲେନି ମମତା

ନୂଆଦିଲ୍ଲୀ, ୨୬।୮: ଦିଲ୍ଲୀର ବିଜ୍ଞାନ ଭବନରେ ନକ୍ସଲ ପ୍ରଭାବିତ ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ବୈଠକକୁ ୧୦ ନକ୍ସଲ...

Leave a comment

Your email address will not be published. Required fields are marked *