ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୮ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୩ ହଜାର ୧୫୧ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୯ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୩, ବରଗଡରୁ ୧, ଭଦ୍ରକରୁ ୧, ବୌଦ୍ଧରୁ ୧, କଟକରୁ ୨୨, ଦେବଗଡରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୭, ଜଗତ୍‌ସିଂହପୁରରୁ ୭, ଯାଜପୁରରୁ ୧୨, ଝାରସୁଗୁଡାରୁ ୫, କେନ୍ଦ୍ରପଡାରୁ ୪, ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୨, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୫, ନୟାଗଡ଼ରୁ ୧, ପୁରୀରୁ ୩, ସମ୍ବଲପୁରରୁ ୧, ସୁନ୍ଦରଗଡ଼ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri