୨୦୯ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ନିଯୁକ୍ତ

ଭୁବନେଶ୍ୱର,୨।୭(ଅନିଲ ଦାସ)ପ୍ରାଣୀଧନ ବିକାଶ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ପ୍ରାଣୀ ଚିକିତ୍ସକମାନେ ୫-ଟି ଉପକ୍ରମର ପ୍ରୟୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନଙ୍କୁ ପରାମର୍ଶ ଦେଇଛନ୍ତି। ଶନିବାର ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ ଆୟୋଜିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ୨୦୯ ଜଣ ପ୍ରାଣୀଧନ ଚିକିତ୍ସକଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି। ନବନିଯୁକ୍ତଙ୍କ ପାଇଁ ଆୟୋଜିତ ଓରିଏଣ୍ଟେଶନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଯୁକ୍ତିବିଦ୍ୟା, ମିଳିତ ଉଦ୍ୟମ, ସ୍ବଚ୍ଛତା ଓ ସମୟର ଉଚିତ ବ୍ୟବହାର ଦ୍ୱାରା ରୂପାନ୍ତର ଆସିଥାଏ। ଯୁବ ପ୍ରାଣୀ ଚିକିତ୍ସକ ଭାବେ ପ୍ରାଣୀଧନର ସ୍ବାସ୍ଥ୍ୟ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଗ୍ରାମାଞ୍ଚଳର ଅର୍ଥନୀତିର ଉନ୍ନତି କ୍ଷେତ୍ରରେ ପ୍ରାଣୀ ସମ୍ପଦର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଓଡ଼ିଶାର ଚାଷୀମାନଙ୍କ ଜୀବିକାରେ ବିବିଧତା ଆଣି ଅଧିକ ରୋଜଗାର ସୃଷ୍ଟି କରିବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ରାଜ୍ୟ ସରକାର ପ୍ରାଣୀଧନ ଚାଷୀମାନଙ୍କର ଜୀବିକାର ଉନ୍ନତି ପାଇଁ ନୀତି ପ୍ରସ୍ତୁତି କରିବା ସହିତ ଅନେକ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଚାଷୀ ଓ ଉଦ୍ୟୋଗୀମାନଙ୍କୁ ନୂତନ ୟୁନିଟ୍‌ ସ୍ଥାପନ କରିବା ପାଇଁ ୧ କୋଟି ଟଙ୍କା ପର୍ଯ୍ୟନ୍ତ ରିହାତି ଦିଆଯାଉଛି। ମିଶନ ଶକ୍ତିର ସଦସ୍ୟମାନଙ୍କୁ ମଧ୍ୟ ଏଥିପାଇଁ ଆର୍ଥିକ ସହାୟତା ଦିଆଯାଉଛି। ମିଶନ ମୋଡ୍‌ରେ ପ୍ରାଣୀ ସମ୍ପଦର ଟିକାକରଣ କରାଯାଉଛି। ୩,୬୦୦ ଦୁଗ୍ଧ ଉତ୍ପାଦକ ସମବାୟ ସମିତି ଜରିଆରେ ୩ ଲକ୍ଷରୁ ଅଧିକ ଦୁଗ୍ଧ ଚାଷୀ ଯୋଡ଼ି ହୋଇ ସେମାନଙ୍କ ଉତ୍ପାଦ ବିକ୍ରୟ କରିପାରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମସ୍ତ ଜିଲାର ବିଭାଗୀୟ ଅଧିକାରୀମାନେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ଏହି ନୂତନ ନିଯୁକ୍ତି ରାଜ୍ୟରେ ପ୍ରାଣୀପାଳନ କ୍ଷେତ୍ରରେ ନିୟୋଜିତ ଚାଷୀଙ୍କ ଜୀବନରେ ଖୁସି ଏବଂ ପରିବର୍ତ୍ତନ ଆଣିପାରିବ। ଏହି ଅବସରରେ ମୁଖ୍ୟ ଶାସନ ସଚିବ ପି.କେ. ଜେନା କହିଛନ୍ତି, ଓଡ଼ିଶାରେ କୃଷି ଓ ପ୍ରାଣୀଧନ କ୍ଷେତ୍ରରେ ନିରବଚ୍ଛିନ୍ନ ଅଭିବୃଦ୍ଧି ହୋଇଚାଲିଛି। କୃଷି କ୍ଷେତ୍ରକୁ ରାଜ୍ୟ ସରକାର ପ୍ରତି ବର୍ଷ ବଜେଟରେ ୨୦ ପ୍ରତିଶତ ବୃଦ୍ଧି କରୁଛନ୍ତି। ପ୍ରାଣୀ ସମ୍ପଦର ବିକାଶରେ ରାଜ୍ୟରେ ଚାଷୀମାନଙ୍କ ଆୟ ୪ ଗୁଣ ହୋଇପାରିବ ବୋଲି ସେ ମତ ଦେଇଛନ୍ତି।
ଏହି ଅବସରରେ ୨ ଜଣ ନବନିଯୁକ୍ତ ପ୍ରାଣୀଧନ ଡାକ୍ତର ରୁକ୍ମିଣୀ ନାୟକ ଓ ଡ. ନରେନ୍ଦ୍ର ହେମ୍ବ୍ରମ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି ୫-ଟି କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଛନ୍ତି। ଏହା ଦ୍ୱାରା ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆସିଛି ବୋଲି ମତ ଦେଇଛନ୍ତି। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିବା ବେଳେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?