ରାଜ୍ୟରେ ଅଛନ୍ତି ଏତିକି ହାତୀ, ବାଘ; ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୦।୮: ରାଜ୍ୟରେ ସମ୍ପ୍ରତି କରାଯାଇଥିବା ପଶୁ, ପକ୍ଷୀ ଏବଂ ବନ୍ୟପ୍ରାଣୀ ଗଣନାରୁ ମହାନଦୀରେ ୧୪ଟି ଘଡିଆଳ କୁମ୍ଭୀର ରହିଥିବା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ କହିଛନ୍ତି । ବିଧାନସଭାରେ ଆଜି ଏ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଖୁଣ୍ଟିଆ କହିଛନ୍ତି, ଭିତରକନିକାରେ ୧ ହଜାର ୮୫୦ଟି ବଉଳା କୁମ୍ଭୀର, ସାତକୋଶିଆରେ ୯୭, ଶିମିଳିପାଳରେ ୭୬ ଏବଂ ଘୋଡାହାଡ ଡ୍ୟାମ୍‍ରେ ୮୪ଟି ଗୋମୁହାଁ କୁମ୍ଭୀର ଅଛନ୍ତି।

ଏହି ଗଣନା ଅନୁଯାୟୀ, ସମଗ୍ର ରାଜ୍ୟରେ ୨ ହଜାର ୯୮ଟି ହାତୀ ଏବଂ ୨୭ଟି ବାଘ ଅଛନ୍ତି । ପକ୍ଷୀଗଣନା ତଥ୍ୟ ଆଧାରରେ, ମନ୍ତ୍ରୀ ଖୁଣ୍ଟିଆ କହିଛନ୍ତି, ଚିଲିକା ହ୍ରଦରେ ୧୦୮ ପ୍ରଜାତିର ୧୦ ଲକ୍ଷ ୯୯ ହଜାର, ଭିତରକନିକାରେ ୧୨୧ ପ୍ରଜାତିର ୧ ଲକ୍ଷ ୫୧ ହଜାର ଏବଂ ହୀରାକୁଦରେ ୧୪୩ ପ୍ରଜାତିର ୩ ଲକ୍ଷ ୪୨ ହଜାର ବିଦେଶାଗତ ପକ୍ଷୀ ଅଛନ୍ତି । ଚିଲିକା ସହ ରାଜ୍ୟର ସାମୁଦ୍ରିକ ଅଂଚଳରେ ୭୪୨ଟି ଡଲ୍‍ଫିନ୍‍ ଥିବା ସେ କହିଛନ୍ତି ।

ସେହିଭଳି ଗହୀରମଥାରେ ଥିବା ଅଲିଭ୍‍ ରିଡ୍‍ଲେ କଇଁଛଙ୍କ ସଂଖ୍ୟା ୩ ଲକ୍ଷରୁ ଅଧିକ ହେବ ବୋଲି ସେ କହିଛନ୍ତି । ତେବେ ଋଷିକୂଲ୍ୟା ମୁହାଣରେ ଅଲିଭ୍‍ ରିଡ୍‍ଲେ କଇଁଛ ଗଣଅଣ୍ଡାଦାନ ପ୍ରକ୍ରିୟା ଏପର୍ଯ୍ୟନ୍ତ ହୋଇନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri