Posted inଖେଳ

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ ସପ୍ତାହରୁ ଊର୍ଦ୍ଧ୍ୱ ଦିନ ଧରି ଚାଲିଥିବା ଏହି ପ୍ରତିଯୋଗିତାରେ ଏସିଆର ୪୫ ଦେଶର ଆଥଲେଟ୍‌ ଭାଗ ନେଇଥିବା ବେଳେ ୫୦ ବିଶ୍ୱ ରେକର୍ଡ ସମେତ ୩୫୦ରୁ ଅଧିକ ରେକର୍ଡ ସୃଷ୍ଟି ହୋଇଛି।

ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ଆୟୋଜିତ ଉଦ୍‌ଯାପନୀ କାର୍ଯ୍ୟକ୍ରମ ୯୦ ମିନିଟ୍‌ ଧରି ଚାଲିଥିଲା। ଅତିଥିଙ୍କ ଆଗମନ ସହ ଲେଜର ଲାଇଟ୍‌ ଶୋ’ ଓ ଡ୍ୟାନ୍ସ ଆର୍ଟିଷ୍ଟଙ୍କ ପରଫର୍ମାନ୍ସ ଆରମ୍ଭ ହୋଇଥିଲା। ଏହାପରେ ଆଥଲେଟ୍‌ ପରେଡ ହୋଇଥିଲା। ଏହି ପ୍ରତିଯୋଗିତାରେ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ପଦକ ଜିତିଥିବା ଶୁଟର ନୀରୁ ଧଣ୍ଡା ପତାକା ବାହକ ଭାବେ ଭାରତୀୟ ଦଳର ନେତୃତ୍ୱ ନେଇଥିଲେ।

ଆଥଲେଟ୍ସ ପରେଡରେ ଧଳା ଓ ବ୍ଲ୍ୟୁ ପୋଷାକରେ ପ୍ରାୟ ୩୦ ଭାରତୀୟ ଆଥଲେଟ୍‌ ଓ ଅଧିକାରୀ ଭାଗ ନେଇଥିଲେ। ଯୁବରାଜ ଓ ଯୁବରାଣୀ ଆକିଶିନୋଙ୍କ ଉପସ୍ଥିତିରେ ଅଲିମ୍ପିକ୍‌ କାଉନସିଲ ଅଫ୍‌ ଏସିଆ(ଓସିଏ) ସଭାପତି ଶେଖ ଜୋଆନ ବିନ ହାମଦ ଅଲ ଥାନି ପ୍ରତିଯୋଗିତା ଶେଷ ହୋଇଥିବା ଘୋଷଣା କରିଥିଲେ। ପରେ ଓସିଏ ପତାକା ଓ ଟର୍ଚ୍ଚ ୨୦୩୦ ଏସିଆନ ଗେମ୍ସ ଆୟୋଜକ କାତାର ପ୍ରଧାନମନ୍ତ୍ରୀ ଶେଖ ମହମ୍ମଦ ବିନ ଅବଦୁଲ ରହମାନ ଅଲ ଥାନିଙ୍କୁ ହସ୍ତାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?