କିଟ୍‌-ଏଚ୍‌ଏସ୍‌ଏସ୍‌ର ୨୦ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୮।୮:କିଟ୍‌ ହାୟର ସେକେଣ୍ଡାରି ସ୍କୁଲ (କିଟ୍‌-ଏଚ୍‌ଏସ୍‌ଏସ୍‌) ର ୨୦ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ତଥା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର (ଡ.) ଚିତ୍ତରଞ୍ଜନ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ସିଡିସି ଏବଂ ସ୍ନାତକୋତ୍ତର ବିଭାଗ ସମୂହର ଅଧ୍ୟକ୍ଷ ପ୍ରଫେସର ବିଷ୍ଣୁଚରଣ ଚୌଧୁରୀ ମୁଖ୍ୟ ବକ୍ତାଭାବେ ଯୋଗଦେଇଥିଲେ। ସଭା ପ୍ରାରମ୍ଭରେ ବିଦ୍ୟାଳୟ (କଲେଜ)ର ଅଧ୍ୟକ୍ଷ ପ୍ରଫେସର ଉଦୟ ଶଙ୍କର ଆଚାର୍ଯ୍ୟ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ। ସେହିଭଳି ବିଦ୍ୟାଳୟ (କଲେଜ) ପରିଚାଳନା ସମିତିର ଅଧ୍ୟକ୍ଷ ତଥା କିଟ୍‌ ଅନୁଷ୍ଠାନର ପ୍ରତିଷ୍ଠାତା ସଦସ୍ୟ ଡ. ଚିତ୍ତରଞ୍ଜନ ମିଶ୍ର କହିଥିଲେ, ଛାତ୍ରୀଛାତ୍ରମାନେ କଠିନ ପରିଶ୍ରମ ସହ ଗୁରୁଜନ, ଗୁରୁ ଓ ଗୁରୁମାଙ୍କୁ ସମ୍ମାନ ଜଣାଇବା ଏବଂ ନିଜର ବିଶ୍ୱାସ, ସମର୍ପଣ ଓ ସହଯୋଗ ଦ୍ୱାରା ସଫଳତା ସମ୍ଭବ ବୋଲି ମିଶ୍ର କହିଛନ୍ତି। ପରିଶେଷରେ ଅତିଥିମାନଙ୍କୁ ଉପଢୌକନ ସହ ମାନପତ୍ର ପ୍ରଦାନ ପୂର୍ବକ କଲେଜର ଉପାଧ୍ୟକ ଡ. ରୁଦ୍ରମୋହନ ନନ୍ଦ ଧନ୍ୟବାଦ ଅର୍ପଣ ସହ ସଭାକାର୍ଯ୍ୟ ଶେଷ ହୋଇଥିଲା। ପରିଶେଷରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ‘ଆପ୍‌ ଆଏ ବାହାର ଆଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସୂଚନାଯୋଗ୍ୟ, ୨୦୦୪ ଅଗଷ୍ଟ ୧୬ରେ ଅୟମାରମ୍ଭ ହୋଇଥିବା ଏହି ବିଦ୍ୟାଳୟ ଗତ ୧୯ବର୍ଷ ମଧ୍ୟରେ ଅନେକ ସଫଳତା ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?