Posted inଜାତୀୟ

୨୧.୯୫ କୋଟିର ଗଛ କଟା

ମୁମ୍ବାଇ, ୧୭ା୩: ମହାରାଷ୍ଟ୍ରର ବିଭିନ୍ନ ଅଞ୍ଚଳରୁ ବେଆଇନ ଭାବେ ବର୍ତ୍ତମାନ ସୁଦ୍ଧା ୨,୮୪, ୧୭୧ ଗଛ କଟା ହୋଇଥିବାବେଳେ ଏ ନେଇ ମୋଟ ୪୮ ହଜାର ମାମଲା ଦାଏର ହୋଇଛି। ବୁଧବାର ରାଜ୍ୟ ବିଧାନ ପରିଷଦରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏହା କହିଛନ୍ତି। ତଥ୍ୟ ଅନୁସାରେ ଗତ ୪ ବର୍ଷ ମଧ୍ୟରେ ୨୧.୯୫ କୋଟି ମୂଲ୍ୟର ଗଛ କଟା ଯାଇଛି। ବେଆଇନ ଗଛ କଟାକୁ ନେଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୮,୮୯୩ ମାମଲା ରୁଜୁ ହୋଇଥିବାବେଳେ ସେଥିମଧ୍ୟରୁ ୧,୪୩୫ ସଙ୍ଗିନ ମାମଲା ରହିଛି। ଏଥିରୁ କିଛି ଅଭିଯୋଗ ବୁଝାମଣା ଜରିଆରେ ସମାଧାନ ହୋଇସାରିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏହି ବେଆଇନ କାରବାରରେ ୧୯୯ରୁ ଅଧିକ ଗାଡ଼ି ବ୍ୟବହାର ହୋଇଥିବା ଠାକରେ କହିଛନ୍ତି। ୨୦୧୯-୨୧ ମଧ୍ୟରେ ମୁମ୍ବାଇର ସୁବୁରବାନ ଜିଲାରେ ୧.୦୮ ବର୍ଗ କିଲୋମିଟର ଜଙ୍ଗଲ ନଷ୍ଟ ହୋଇଥିବାବେଳେ ରାଜ୍ୟର ୧,୯୧୧.୩୩ ହେକ୍ଟର ପରିମିତ ସ୍ଥାନରେ ରାଜ୍ୟ ସରକାର ବନୀକରଣ କରିଥିବା ରିପୋର୍ଟରେ କୁହାଯାଇଛି। ୨୦୨୧ରେ ଶିବସେନା ବିଧାୟକ ସଞ୍ଜୟ ରାଠୋଡ ଇସ୍ତଫା ଦେବା ପରେ ଉଦ୍ଧବ ଜଙ୍ଗଲ ବିଭାଗ ଦାୟିତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri