୨୧ ଗିରଫ, ୭ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର

ଦାମନଯୋଡି,୨୫।୪(ଡିଏନ ଏ): ନାଲକୋ ବିସ୍ଥାପିତ କଲୋନୀ ଝଡିଗୁଡ଼ା ସାହିରେ ଗୁରୁବାର ଘଟିଥିବା ଡବଲ ମର୍ଡର ଘଟଣାରେ ୨ଦିନ ଧରି ଅଟକ ଥିବା ୨୮ ଜଣଙ୍କ ମଧ୍ୟରୁ ରବିବାର ପୋଲିସ ୨୧ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏଥିରେ ସମ୍ପୃକ୍ତ ଅନ୍ୟ ୭ ଜଣ ନାବାଳକ ଥିବାରୁ ସେମାନଙ୍କୁ ଜୟପୁରସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯାଇଛି। ଗିରଫ ୨୧ ଜଣଙ୍କ ମଧ୍ୟରେ ପ୍ରହଲ୍ଲାଦ ମାଳି, ଧନୁର୍ଜୟ ଗଲରୀ, ନାଥ ଜାନି, ଭଗବାନ ଗଲରି, ମିସ୍ର ପାଞ୍ଜି, ଅର୍ଜୁନ ଗଲରୀ, ରଥ ଜାନି, ଭୀମ ଖରା, କୃତ୍ତିିବାସ ଗଲରି, ଦଇତାରୀ ଗଲରି, ଅନନ୍ତ ଗଲରି, ଲକ୍ଷ୍ମଣ ଗଲରି, ଜୟଦାନ ଜାନି, ପିଲୁକୁ ଗଲରି, ରବି ମାଳି, ଲଚିମ ମାଳି, ନିରନ ମାଳି, ଲକ୍ଷ୍ମଣ ମାଳି, ହରି ମାଳି, ରୁକଧର ଖିନବୁଡ଼ି, ମୁକୁନା ସାଉନ୍ତା ଅଛନ୍ତି। ସିନ୍ଧିପାର ଗ୍ରାମର ସୁରେନ୍ଦ୍ର ଦାମିଙ୍କ ଏତଲାକ୍ରମେ ଦାମନଯୋଡି ଥାନାରେ କେସ ନଂ.୩୭/୨୨ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିଲା। ଘଟଣାର ଗୁରୁତ୍ୱକୁ ନେଇ ସୁନାବେଡ଼ା ଏସଡିପିଓ ମନୋଜ ବେହେରାଙ୍କ ନେତୃତ୍ୱରେ ମଧ୍ୟ ଆଇଆଇସି ସମ୍ବିତ ବେହେରା, ସେମିଳିଗୁଡା ଆଇଆଇସି ପ୍ରଦ୍ୟୁମ୍ନ ମହାପାତ୍ର, ଦାମନଯୋଡି ଆଇଆଇସି ଗୌରହରି ସାହୁ ଓ ଏସଆଇ ଦୀପକ ପଣ୍ଡାଙ୍କୁ ନେଇ ଏକ ଟିମ ଗଠନ ହୋଇଥିଲା ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ୨ଟି ତେଣ୍ଟା, ୬ଟି ଟାଙ୍ଗିଆ, ୩ଟି ଛୁରି ସହ ଏକ ବୋଲେରୋ ଜବତ କରିଛି। ସୂଚନାଯୋଗ୍ୟ, ଗୁରୁବାର ଚଇତି ପର୍ବ ପାଳନ ବେଳେ ଝଡିଗୁଡ଼ା ସାହିରେ ସାମାନ୍ୟ କଥାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଏଥିରେ ସିନ୍ଧିପାର ଗ୍ରାମର ଦେବେନ୍ଦ୍ର ଦାମି ଓ ପୂର୍ଣ୍ଣଚନ୍ଦ୍ର ନାୟକ ନାମକ ୨ ଯୁବକଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri