ନବୀନ ନିବାସକୁ ଇସ୍ତଫାପତ୍ର ପଠାଇଲେ ବ୍ରହ୍ମପୁରର ୨୧ କର୍ପୋରେଟର

ବ୍ରହ୍ମପୁର,୧୯।୧(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ରେ ବିଜେଡିର ୨ କର୍ପୋରେଟର ଗୋଷ୍ଠୀ ମଧ୍ୟରେ ବିବାଦ ଥମୁ ନ ଥିବା ବେଳେ ଏବେ ଗୋଟିଏ ଗୋଷ୍ଠୀ ଦଳର ସୁପ୍ରିମୋଙ୍କୁ ଇସ୍ତଫାପତ୍ର ପଠାଇଥିବାରୁ ରାଜନୀତି ସରଗରମ ହୋଇଛି। ଶନିବାର ଗୋଟିଏ କର୍ପୋରେଟର ଗୋଷ୍ଠୀ କର୍ପୋରେଶନ ବୈଠକ ଆସନ୍ତା ୨୧ ତାରିଖରେ କରିବା ନେଇ ମେୟର ସଂଘମିତ୍ରା ଦଳେଇଙ୍କ ନିକଟରେ ଦାବି କରିଥିଲେ। କିନ୍ତୁ ବିଭିନ୍ନ କାର୍ଯ୍ୟକ୍ରମ ଥିବାରୁ ବୈଠକ ୨୯ ତାରିଖରେ ହେବ ବୋଲି ମେୟର କହିଥିଲେ। ବୈଠକ ପ୍ରତି ମାସରେ କେଉଁ କାରଣରୁ ଠିକ ସମୟରେ ହେଉ ନାହିଁ ବୋଲି ଉକ୍ତ ଗୋଷ୍ଠୀ ପ୍ରଶ୍ନ କରିଥିଲେ। ଠିକ ସମୟରେ ବୈଠକ କରା ନ ଗଲେ ଦଳରୁ ସମୂହ ଇସ୍ତଫା ଦେବା ପାଇଁ ଚେତାବନୀ ଦେଇଥିଲେ। ପରେ ୨୧ ଜଣ କର୍ପୋରେଟର ସେମାନଙ୍କ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋଙ୍କ ନିକଟକୁ ପଠାଇଥିଲେ। ଅପରାହ୍ନରେ ଗଞ୍ଜାମ ଜିଲା ବିଜେଡି ସଭାପତି ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କୁ ଆପୋସ ବୁଝାମଣା ପାଇଁ ନବୀନ ନିବାସରୁ ଫୋନ ଆସିଥିବା ସୂଚନା ମିଳିଛି। ଜିଲା ସଭାପତି ଉଭୟ କର୍ପୋରେଟର ଗୋଷ୍ଠୀ ଓ ମେୟରଙ୍କୁ ଆଲୋଚନା ପାଇଁ ଡାକିଥିଲେ। ସନ୍ଧ୍ୟାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ବାସଭବନରେ ଆପୋଷ ବୁଝାମଣା ପାଇଁ ବୈଠକ ବସି ସମସ୍ୟା ସମାଧାନ ପାଇଁ ପ୍ରୟାସ କରାଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ...

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା...

ତେରଗାଁ-ମହାକାଳପଡ଼ା ଲୁଣାନଦୀ ସେତୁ ନିର୍ମାଣ ବନ୍ଦ କଲେ ଲୋକେ

ମହାକାଳପଡ଼ା,୧୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ସେତୁ ନିର୍ମାଣ କାର୍ଯ୍ୟ ଅଗ୍ରଗତି ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି ନିର୍ମାଣ କାର୍ଯ୍ୟକୁ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼...

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri