ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୦୮୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ନୂଆପଡ଼ାରୁ ସର୍ବାଧିକ ୧୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଜପତିରୁ ୫ ଏବଂ କଟକରୁ ୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଯାଜପୁର ଏବଂ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧।