ଆରମ୍ଭ ହେଲା ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରା

ପୁରୁଷୋତ୍ତମପୁର/ଛତ୍ରପୁର.୨୫।୩(ସୀମାଞ୍ଚଳ ମିଶ୍ର/ଦିଲୀପ ସାମଲ): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ଦଣ୍ଡକାଳୀଙ୍କ ୨୧ଦିନିଆ ଦଣ୍ଡଯାତ୍ରା ସୋମବାର ଆରମ୍ଭ ହୋଇଛି। ଏଥିନେଇ ପୁରୁଷୋତ୍ତମପୁର ସହର ସମେତ ସମଗ୍ର ଗଞ୍ଜାମ ଜିଲାରେ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଛି । ପୁରୁଷୋତ୍ତମପୁର ସହରେ ଥିବା ୩ଟି ଦଣ୍ଡଯାତ୍ରା ଦଳ( ଧୋବାପୁଞ୍ଜା, ବିପତ୍ତିହାରିଣୀ ତେଲି ପୁଞ୍ଜା ଓ ଗୌଡ଼ ପୁଞ୍ଜା ) ରେ ଶହ ଶହ ସଂଖ୍ୟାରେ ମାନସିକଧାରୀ ଭୂକ୍ତା ଭାବେ ସାମିଲ ହୋଇଛନ୍ତି।

ମାନସିକଧାରୀ ଦୀର୍ଘ ୨୧ ଦିନ ଶିବ କାଳୀଙ୍କୁ ସାଙ୍ଗରେ ଧରି ସମଗ୍ର ଗଞ୍ଜାମ ଜିଲାର ବିଭିନ୍ନ ଗାଁକୁ ଯାଇ ମାନସିକଧାରୀ ଭକ୍ତଙ୍କ ଦାଣ୍ଡରେ କଠୋର ନୃତ୍ୟ ପରିବେଷଣ କରିବେ; ଯାହାକି ମଧ୍ୟାହ୍ନର ଟାଣଖରାରେ ଧୂଳି ଦଣ୍ଡ, ନଦୀ କିମ୍ବା ପୋଖରୀରେ ପାଣିଦଣ୍ଡ ଏବଂ ରାତ୍ରରେ ଅଗ୍ନିଦଣ୍ଡ ପରିବେଷଣ କରିବେ।

ଏହାସହ ଭୂକ୍ତାମାନେ ଆମ୍ବପତ୍ରରେ ଦାନ୍ତ ଘସିବେ, ଖୋଲା ଆକାଶ ତଳେ ଖରାରେ ବର୍ଷାରେ ନିକାଞ୍ଚନ ସ୍ଥାନରେ ରହିବା ସହ ଦିନକୁ ଓଳିଏ ନିଃଶବ୍ଦ ରାତିରେ ଅକଟା ଅବଟା, ଅଫୁଟା ଖାଦ୍ୟ ଖାଇବେ। ଏହା ଆସନ୍ତା ମେଷ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିରେ ଉଦ୍‌ଯାପିତ ହେବ। ଧୋବାପୁଞ୍ଜାର ଅଧିକାରୀ ଭାବେ ଭାସ୍କର ବେହେରା, ବିପତ୍ତିହାରିଣୀ ତେଲି ପୁଞ୍ଜାର ଅଧିକାରୀ ଭାବେ ପ୍ରକାଶ ଚନ୍ଦ୍ର ବେହେରା ଓ ଗୌଡ଼ ପୁଞ୍ଜାର ଅଧିକାରୀ ଭାବେ ମୁରଲୀଗୌଡ ରହି ପରିଚାଳନା କରୁଛନ୍ତି। ସେହିଭଳି ଆଛୁଲିଠାରେ ବିପତ୍ତିତାରିଣୀ ଦଣ୍ଡଯାତ୍ରା ଦଳରେ ଅଧିକାରୀ ଭାବେ ମୋଚିରାମ ବେହେରା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri