ବିଷାକ୍ତ ଖାଦ୍ୟ ଖାଇ ୨୧ ଛେଳି ମୃତ: ସରକାରଙ୍କୁ କ୍ଷତିପୂରଣ ଦାବି କଲେ ଗୋପୀନାଥ

ମୋହନା,୫।୫( ମନ୍ମଥ ମିଶ୍ର ): ବିଷାକ୍ତ ଖାଦ୍ୟ ଖାଇ ୨୧ ଛେଳି ମୃତ, ୫ ଗୁରୁତର । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ମୁଡୁମୁଡ଼ିଆ ଗାଁରେ। ସୋମବାର ଗାଁର ଗୋପୀନାଥ ଗୌଡ଼ ନାମକ ଜଣେ ଚାଷୀ ଜଙ୍ଗଲକୁ ଛେଳି ଚରାଇ ନେଇ ସନ୍ଧ୍ୟାରେ ଆଣି ଗୁହାଳ ଘରେ ରଖିଥିଲେ । ଆଜି ସକାଳେ ଗୁହାଳ ଘରେ ୨୧ ଛେଳି ମରି ପଡିଥିବା ସହ ୫ ଛେଳି ଗୁରୁତର ଅବସ୍ଥାରେ ଥିବା ଦେଖିଥିଲେ । ଘଟଣାସ୍ଥଳରେ ମୋହନା ପ୍ରାଣୀଧନ ଚିକିତ୍ସା ଟିମ ପହଞ୍ଚି ଗୁରୁତର ୫ ଗୋଟି ଛେଳିକୁ ଚିକିତ୍ସା କରିଛନ୍ତି ଏବଂ ୨୧ ଗୋଟି ଛେଳିକୁ ବ୍ୟବଚ୍ଛେଦ କରାଯିବାପରେ କୌଣସି ବିଷକ୍ରିୟା ଜନିତ ଖାଦ୍ୟ ଖାଇ ମୃତ ହୋଇଥିବା ସୂଚନା ଦେଇଛନ୍ତି । ଅପରପକ୍ଷେ ମୃତ ୨୧ ଗୋଟି ଛେଳିର ମୂଲ୍ୟ ପ୍ରାୟ ୨ ଲକ୍ଷରୁ ଅଧିକ ହେବ । ଗୋପୀନାଥ ଅତି ଗରିବ ପରିବାରର ହୋଇଥିବା ହେତୁ ସରକାରଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?