Posted inଜାତୀୟ

୨୧ ଜେଏନ୍‌.୧ ସବ୍‌ଭାରିଆଣ୍ଟ ଚିହ୍ନଟ

ନୂଆଦିଲ୍ଲୀ,୨୧ା୧୨(ପି.ଟି.): ବର୍ତ୍ତମାନ ସୁଦ୍ଧା ଭାରତର ୩ ରାଜ୍ୟରୁ କୋଭିଡ୍‌-୧୯ର ସବ୍‌ଭାରିଆଣ୍ଟ ଜେଏନ୍‌.୧ର ୨୧ ମାମଲା ଚିହ୍ନଟ ହେଲାଣି। ନୀତି ଆୟୋଗ ସଦସ୍ୟ (ସ୍ବାସ୍ଥ୍ୟ) ଡ. ଭି.କେ. ପଲ୍‌ ବୁଧବାର ଏହି ସୂଚନା ଦେଇଥିବାବେଳେ ଭୟଭୀତ ହେବାର କାରଣ ନ ଥିବା କହିଛନ୍ତି। ବୈଜ୍ଞାନିକମାନେ ନୂଆ ଭାରିଆଣ୍ଟ ଉପରେ ଅନୁଧ୍ୟାନ ଚଳାଇଛନ୍ତି। ରାଜ୍ୟଗୁଡ଼ିକ କୋଭିଡ୍‌ ପରୀକ୍ଷା ବଢ଼ାଇବା ସହ ସର୍ଭିଲାନ୍ସ ବ୍ୟବସ୍ଥାକୁ ମଜଭୁତ କରିବାକୁ ସେ ପରାମର୍ଶ ଦେଇଛନ୍ତି। ପଲ୍‌ କହିଛନ୍ତି, ସଂକ୍ରମିତଙ୍କ ମଧ୍ୟରୁ ୯୧ରୁ ୯୨ ପ୍ରତିଶତଙ୍କୁ ଘରେ ରହି ଚିକିତ୍ସିତ ହେବାକୁ କୁହାଯାଉଛି। ସରକାରୀ ତଥ୍ୟ ଅନୁଯାୟୀ ଗୋଆରୁ ଜେଏନ୍‌.୧ର ୧୯ଟି ମାମଲା ଚିହ୍ନଟହୋଇଥିବାବେଳେ କେରଳ ଏବଂ ମହାରାଷ୍ଟ୍ରରୁ ଗୋଟିଏ ଲେଖାଏ ମାମଲା ସାମ୍‌ନାକୁ ଆସିଛି। ଗତ ୨ ସପ୍ତାହରେ ବହୁବିଧ ରୋଗ ଥିବା ୧୬ ଜଣଙ୍କର କୋଭିଡ୍‌ରେ ମୃତ୍ୟୁ ଘଟିଛି।
କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବୁଧବାର ଦେଶର ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କରିଥିଲେ। କରୋନା ଭୂତାଣୁର ନୂଆ ଭାରିଆଣ୍ଟକୁ ନେଇ ସତର୍କ ରହିବାକୁ ସେ ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ସଂକ୍ରମଣ ବଢ଼ୁଥିଲେ ମଧ୍ୟ ସାଧାରଣ ଲକ୍ଷଣ ଥିବା ୯୨.୮ ପ୍ରତିଶତ ଆକ୍ରାନ୍ତଙ୍କୁ ଘରେ ଆଇସୋଲେଶନରେ ରଖାଯାଉଥିବା ସ୍ବାସ୍ଥ୍ୟ ସଚିବ ସୁଧାଂଶ ପନ୍ତ କହିଛନ୍ତି। ଅନ୍ୟାନ୍ୟ ରୋଗ ଥିବା ଖୁବ୍‌ କମ୍‌ କୋଭିଡ୍‌ ଆକ୍ରାନ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। କେରଳ, ମହାରାଷ୍ଟ୍ର, ଝାଡ଼ଖଣ୍ଡ ଓ କର୍ନାଟକରେ ଦୈନିକ ପଜିଟିଭିଟି ହାର ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?